ଯିଖରୀୟ 8:23 - ପବିତ୍ର ବାଇବଲ23 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ସେହି ଦିନମାନଙ୍କରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ଲୋକ, ଜଣେ ଯିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, ‘ତୁମ୍ଭ ସହିତ ଆମ୍ଭେ ଯିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି।’” Gade chapit laପବିତ୍ର ବାଇବଲ (Re-edited) - (BSI)23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ଵର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ। Gade chapit laଓଡିଆ ବାଇବେଲ23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’” Gade chapit la |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”
ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ।
ଏହା ପରେ ଆସା ଯିହୁଦା ଓ ବିନ୍ୟାମୀନର ସମସ୍ତ ଲୋକଙ୍କୁ ଏକତ୍ରିତ କଲେ। ସେ ଆହୁରି ମଧ୍ୟ ଇଫ୍ରୟିମ, ମନଃଶି ଓ ଶିମିୟୋନ ବଂଶର ଲୋକମାନଙ୍କୁ ଏକତ୍ରିତ କଲେ, ଯେଉଁମାନେ ଇସ୍ରାଏଲ ଦେଶରୁ ବାହାରି ଯିହୁଦା ଦେଶରେ ବାସ କରିବାକୁ ଆସିଥିଲେ, ସେହି ଲୋକମାନଙ୍କ ମଧ୍ୟରେ ଅଧିକାଂଶ ଲୋକ ଯିହୁଦା ଦେଶକୁ ଗ୍ଭଲି ଆସିଥିଲେ, କାରଣ ସେମାନେ ଦେଖିଲେ ଯେ, ସଦାପ୍ରଭୁ, ଆସାଙ୍କର ପରମେଶ୍ୱର, ଆସାଙ୍କର ସହିତ ଅଛନ୍ତି।