Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:5 - ପବିତ୍ର ବାଇବଲ

5 ଆଉ ମଧ୍ୟ ନଗରର ଖୋଲାସ୍ଥାନ କ୍ରୀଡ଼ାରତ ପୁଅ ଓ ଝିଅଙ୍କ ଦ୍ୱାରା ପରିପୂର୍ଣ୍ଣ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ଦାଣ୍ତରେ ଖେଳା କରିବା ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।

Gade chapit la Kopi




ଯିଖରୀୟ 8:5
11 Referans Kwoze  

ସେତେବେଳେ ଯୁବତୀ ନାରୀମାନେ ଆନନ୍ଦରେ ନୃତ୍ୟ କରିବେ ଓ ଯୁବା ଏବଂ ବୃଦ୍ଧମାନେ ସେମାନଙ୍କ ସହିତ ଯୋଗ ଦେବେ। ଆମ୍ଭେ ସେମାନଙ୍କର ଶୋକକୁ ଆନନ୍ଦରେ ପରିଣତ କରିବା। ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା ଦେବା ଓ ସେମାନଙ୍କୁ ଦୁଃଖ ବଦଳରେ ସୁଖ ଦେବା।


ସେ ତାଙ୍କୁ କହିଲେ, “ଦୌଡ଼ିକରି ଯାଅ ଏବଂ ସେହି ଯୁବକଙ୍କୁ କୁହ! ‘ଯିରୁଶାଲମ ଏକ ପ୍ରାଚୀର ବିହୀନ ନଗରୀ ହେବ। କାରଣ ସେଠାରେ ବହୁ ସଂଖ୍ୟାରେ ଲୋକ ଓ ପଶୁମାନେ ମଧ୍ୟସ୍ଥାନରେ ବାସ କରିବେ।’


ଉଠ, ରାତ୍ରିର ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳପରି ଢାଳି ଦିଅ; ତୁମ୍ଭର ସନ୍ତାନସନ୍ତତିଙ୍କ ପ୍ରାଣରକ୍ଷା ପାଇଁ ତାଙ୍କ ସମ୍ମୁଖରେ ହାତଯୋଡ଼ି ପ୍ରାର୍ଥନା କର। କାରଣ ସେମାନେ ପ୍ରତ୍ୟେକ ସଡ଼କ ମୁଣ୍ଡରେ କ୍ଷୁଧାରେ ଛଟପଟ ହେଉଛନ୍ତି।


ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”


ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନେବା। ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପଶୁମାନଙ୍କୁ ଦ୍ୱିଗୁଣିତ କରିବା।


ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ। ସେମାନେ ଆଉ ଦୁଃଖୀ ହେବେ ନାହିଁ।


“ସେ ଆମ୍ଭକୁ ସେହି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫେରାଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ। ତୁମ୍ଭେମାନେ ତାଙ୍କର ଗୌରବ। କାରଣ ଯିଏ ତୁମ୍ଭର କ୍ଷତି କରୁଛି ସେ ସେହି ଲୋକପାଇଁ କ୍ଷତି କରୁଛି ଯିଏ ପରମେଶ୍ୱରଙ୍କ ପାଇଁ ମୂଲ୍ୟବାନ।


Swiv nou:

Piblisite


Piblisite