Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:7 - ପବିତ୍ର ବାଇବଲ

7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରିବା ;

Gade chapit la Kopi

ଓଡିଆ ବାଇବେଲ

7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!

Gade chapit la Kopi




ଯିଖରୀୟ 8:7
21 Referans Kwoze  

“ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ୱ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନରେ ପବିତ୍ର ନୈବେଦ୍ୟ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶରେ ମହାନ ଅଟେ।” ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।


ଆଉ ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ, ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ।


“ଦେଖ, କେତେକ ଲୋକ ଦୂର ଦେଶରୁ ଆସିବେ, କେତେକ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ ଓ ଆଉ କେତେକ ସୀନୀମ ଦେଶରୁ ଆସିବେ।”


ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଗ୍ଭଳିତ ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ।


ସଦାପ୍ରଭୁ ପରମେଶ୍ୱର କହିଛନ୍ତି। ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରନ୍ତି ଏବଂ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ କହନ୍ତି।


ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଯେଉଁ ଦିନ ମୁଁ ତୁମ୍ଭମାନଙ୍କୁ ସକଳ ପାପରୁ ଶୁଚି କରିବି, ସେଦିନ ମୁଁ ନଗରଗୁଡ଼ିକୁ ବସତି ବିଶିଷ୍ଟ କରିବି ଓ ଧ୍ୱଂସସ୍ଥାନସବୁ ପୁନଃନିର୍ମିତ ହେବ।


ଆମ୍ଭେ ଯିହୁଦାର ଗୃହକୁ ଶକ୍ତିଶାଳୀ କରାଇବା ଆଉ ମଧ୍ୟ ଆମ୍ଭେ ଯୋଷେଫଙ୍କର ଗୃହକୁ ରକ୍ଷା କରିବା। ଆମ୍ଭେ ସେମାନଙ୍କୁ ପୁନଃସ୍ଥାପନ କରିବା କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି। ଏହା ଏପରି ହେବ ଯେପରିକି ଆମ୍ଭେ ସେମାନଙ୍କୁ କେବେ ପ୍ରତ୍ୟାଖ୍ୟାନ କରି ନାହୁଁ। ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଏବଂ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।


ତେବେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ପ୍ରତି ଦୟାବାନ ହେବେ। ସଦାପ୍ରଭୁ ପୁନ୍ନରାୟ ମୁକ୍ତ କରିବେ। ସେ ତୁମ୍ଭମାନଙ୍କୁ ସେଠାରୁ ଫେରାଇ ଆଣିବେ,


କିନ୍ତୁ ଯଦି ତୁମ୍ଭେମାନେ ଆମ୍ଭ ପାଖକୁ ଫେରି ଆସିବ ଓ ଆମ୍ଭ ଆଜ୍ଞା ପାଳନ କରି ଓ ଅଭ୍ୟାସ କରି ବାସ କରିବ, ତେବେ ଯଦିଓ ତୁମ୍ଭେମାନେ ଆକାଶର ପ୍ରାନ୍ତ ସୀମାରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା।’


ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି। ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।


ଏଥିପାଇଁ ସେମାନଙ୍କୁ କୁହ, ସଦାପ୍ରଭୁ ମୋର ପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ବିଭିନ୍ନ ଗୋଷ୍ଠୀ ମଧ୍ୟରୁ ଏକତ୍ରିତ କରିବା ଏବଂ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଏବଂ ଆମ୍ଭେ ତୁମ୍ଭମାନଙ୍କୁ ଇସ୍ରାଏଲର ଭୂମି ଦେବା।


Swiv nou:

Piblisite


Piblisite