ଯିଖରୀୟ 9:7 - ପବିତ୍ର ବାଇବଲ7 ସେମାନେ ଆଉ ରକ୍ତ ସହିତ ମାଂସ ଭୋଜନ କରିବେ ନାହିଁ ଅଥବା ଅନ୍ୟ ଘୃଣ୍ୟ ଖାଦ୍ୟ ଖାଇବେ ନାହିଁ। ଯେଉଁ ପଲେଷ୍ଟୀୟମାନେ ବଞ୍ଚିବେ ସେମାନେ ମଧ୍ୟ ମୋ’ ଲୋକମାନଙ୍କର ଅଂଶ ହେବେ, ଏହା ଯିହୁଦାର ଏକ ବଂଶ ହେବ। ଇକ୍ରୋଣର ଲୋକମାନେ ମୋ’ ଲୋକମାନଙ୍କର ଅଂଶୀଦାର ହେବେ, ଯେପରି ଯିବୂଷିୟମାନେ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦ; ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ। Gade chapit laଓଡିଆ ବାଇବେଲ7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ। Gade chapit la |
ସଦାପ୍ରଭୁ ଏହା କୁହନ୍ତି: “ଯେତେବେଳେ ଗୋଟିଏ ସିଂହ ମେଣ୍ଢା ଛୁଆକୁ ଆକ୍ରମଣ କରେ ଏବଂ ତା'ପରେ ଯଦି ମେଷପାଳକ ମେଣ୍ଢା ଛୁଆକୁ ରକ୍ଷା କରିବାକୁ ଯାଏ, ସେ କେବଳ ସିଂହ ମୁହଁରୁ ଦୁଇଟି ଗୋଡ଼ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହୋଇପାରେ। ସେହିପରି, ଆମ୍ଭେ ଇସ୍ରାଏଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିୟାରେ ବସବାସ କରନ୍ତି ଏବଂ ସେମାନଙ୍କର ବିଛଣାର ଏକ କୋଣରେ କି ପଲଙ୍କର ସୋଫାରେ ବସିବାକୁ ଭଲପାନ୍ତି”
ଯିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ୱର ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କଲେ। କିନ୍ତୁ ସ୍ୱର୍ଗଦୂତ ଯେତେବେଳେ ଯିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ଯିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ଯ୍ୟ ସାଧନ କରୁଥିବା ସ୍ୱର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, “ବନ୍ଦ କର! ଯଥେଷ୍ଟ ହେଲା!” ସେହି ସମୟରେ ସଦାପ୍ରଭୁଙ୍କ ଦୂତ ଯିବୂଷୀୟ ଅରଣନରରେ ଛିଡ଼ା ହୋଇଥିଲେ।