Biblia Todo Logo
Bib sou entènèt

- Piblisite -




ସିଫନୀୟ 1:12 - ପବିତ୍ର ବାଇବଲ

12 “ସେହି ଦିନ ଆମ୍ଭେ ଗୋଟିଏ ପ୍ରଦୀପ ନେଇ ଯିରୁଶାଲମ ମଧ୍ୟରେ ଖୋଜିବା। ଓ ସେହି ଆତ୍ମତୃପ୍ତ ଲୋକମାନଙ୍କୁ ବାଛିବା ଯେଉଁମାନେ ସେମାନଙ୍କ ଶୈଳୀରେ ଜୀବନ ଧାରଣ କରିବା ପାଇଁ ସନ୍ତୁଷ୍ଟ। ସେହି ଲୋକମାନେ କୁହନ୍ତୁ, ‘ସଦାପ୍ରଭୁ କାହାରିକୁ ସାହାଯ୍ୟ କରନ୍ତି ନାହିଁ କି କାହାରିକୁ ଆଘାତ କରନ୍ତି ନାହିଁ।’ ଆମ୍ଭେ ସେମାନଙ୍କୁ ଖୋଜି ବାହାର କରିବା ଓ ଦଣ୍ତ ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ସେସମୟରେ ଆମ୍ଭେ ପ୍ରଦୀପ ଜ୍ଵଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ତ ଦେବା।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।

Gade chapit la Kopi




ସିଫନୀୟ 1:12
19 Referans Kwoze  

ହେ ସିୟୋନର ଲୋକମାନେ, ଯେଉଁମାନେ ତୁମ୍ଭର ଦୁଃଖ ନାହିଁ ବୋଲି କହୁଛ ଏବଂ ଶମରିୟା ପର୍ବତ ଉପରେ ଥିବା ନିବାସୀ ଯେଉଁମାନେ ନିଜକୁ ନିରାପଦ ମନେ କରୁଛ, ତୁମ୍ଭମାନଙ୍କ ପାଇଁ ଏହା ଅତି ମନ୍ଦ ହେବ। ତୁମ୍ଭେମାନେ ମହାନ ଦେଶର ପ୍ରଧାନଗଣ। “ଇସ୍ରାଏଲର ଗୃହ” ତୁମ୍ଭମାନଙ୍କର ଉପଦେଶ ପାଇଁ ତୁମ୍ଭମାନଙ୍କ ପାଖକୁ ଆସୁଛି।


“ମୋୟାବ ଜନ୍ମରୁ ଦୁଃଖ କଷ୍ଟ ଜାଣି ନାହିଁ। ମୋୟାବ ଏକ ପାତ୍ରସ୍ଥ ମଦ ତୁଲ୍ୟ ସୁସ୍ଥିର ଅଛି। ସେ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ। କିଅବା ସେ ବନ୍ଦୀ ହୋଇ ଯାଇ ନାହିଁ, ଏଣୁ ତା'ର ସ୍ୱାଦ ତା’ ମଧ୍ୟରେ ଅଛି। ତାହାର ସୁବାସ ବିକୃତ ହୋଇ ନାହିଁ।”


ତା'ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକ ନିଜ ନିଜ ପ୍ରତିମା ଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି ତାହା କ’ଣ ତୁମ୍ଭେ ଦେଖି ପାରିବ? କାରଣ ସେମାନେ ଭାବନ୍ତି, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ। ସଦାପ୍ରଭୁ ଦେଶକୁ ତ୍ୟାଗ କରିଛନ୍ତି।’”


ସେ କହିଲେ, “ଇସ୍ରାଏଲ ଓ ଯିହୁଦା ପରିବାର ବହୁତ ଜଘନ୍ୟ ପାପ କଲେ ଓ ଦେଶ ରକ୍ତପାତରେ ପରିପୂର୍ଣ୍ଣ ହୋଇଗଲା। ଆଉ ନଗର ଅନ୍ୟାୟରେ ପରିପୂର୍ଣ୍ଣ ହୋଇଅଛି। କାରଣ ସେମାନେ କହିଛନ୍ତି, “ସଦାପ୍ରଭୁ ଦେଶ ତ୍ୟାଗ କରିଛନ୍ତି ଓ ସେ କିଛି ଲକ୍ଷ୍ୟ କରନ୍ତି ନାହିଁ।’


ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ। କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।


ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।


ସେମାନେ କହିବେ, “ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବେଳୁ ସେହିପରି ଭାବରେ ଗ୍ଭଲିଛି।”


କିନ୍ତୁ ଶତ୍ରୁ ଏଷୌଙ୍କର ଗୁପ୍ତଭଣ୍ତାରକୁ ତନ୍ନ ତନ୍ନ କରି ଅନ୍ନେଷଣ କରିବେ ଏବଂ ସେହି ସମସ୍ତ ସେମାନେ ପାଇଯିବେ।


ସେସବୁ ତାଳଗଛ ତୁଲ୍ୟ, କୁନ୍ଦା ଓ କଥା କହନ୍ତି ନାହିଁ। ସେମାନଙ୍କୁ ବହନ କରିବାକୁ ହୁଏ କାରଣ ସେମାନେ ଗ୍ଭଲିପାରନ୍ତି ନାହିଁ। ତେଣୁ ସେମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଅମଙ୍ଗଳ କରି ପାରିବେ ନାହିଁ କିଅବା ମଙ୍ଗଳ କରିବାକୁ ସେମାନଙ୍କର ଶକ୍ତି ନାହିଁ।”


ସେହି ଲୋକମାନେ କୁହନ୍ତି, “ଆମ୍ଭେମାନେ ଇଚ୍ଛା କରୁଛୁ ଯେ ପରମେଶ୍ୱର ତାଙ୍କର ଯୋଜନାମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରନ୍ତୁ। ତା'ପରେ ଆମ୍ଭେମାନେ କ’ଣ ଘଟିବ ଜାଣିବୁ। ଆମ୍ଭେମାନେ ଆଶା କରୁ ପରମେଶ୍ୱରଙ୍କ ଇଚ୍ଛା ତୁରନ୍ତ ଘଟୁ। ତାହାହେଲେ ତାଙ୍କର ଇଚ୍ଛା କ’ଣ ଆମ୍ଭେମାନେ ଜାଣି ପାରିବୁ।”


ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।” ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି। ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।


ଦୁଷ୍ଟ ଲୋକମାନେ କହନ୍ତି, ‘ସର୍ବଶକ୍ତିମାନ ପରମେଶ୍ୱର କିଏ ଯେ, ଆମ୍ଭେ ତାଙ୍କର ସେବା କରିବୁ‌! ତାଙ୍କ ନିକଟରେ ପ୍ରାର୍ଥନା କଲେ ଆମ୍ଭେ କି ଲାଭ ପାଇବା?’


ତା'ପରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଯିରୁଶାଲମ ନଗର ମଧ୍ୟଦେଇ ଯାଅ ଓ ସହରରେ ଘଟିଥିବା ଘୃଣ୍ୟ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥାରେ ଦାଗ ଦିଅ।”


ତୁମ୍ଭେମାନେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭେମାନେ ଶିକ୍ଷା ଦେଲ ଯେ ମନ୍ଦକାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ପରମେଶ୍ୱର ଆଦର କରନ୍ତି। ଆଉ ମଧ୍ୟ କହିଲ ପରମେଶ୍ୱର ସେହି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବେଚନା କରନ୍ତି। ଆଉମଧ୍ୟ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ୱରଙ୍କର ନ୍ୟାୟ କେଉଁଠାରେ ଅଛି।


ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ୱରଙ୍କୁ ଅନୁସରଣ କରନ୍ତି ନାହିଁ। ସେମାନେ ସେମାନଙ୍କର ମନ୍ଦ ଯୋଜନାରେ ବ୍ୟସ୍ତ ରହନ୍ତି। ସେମାନେ ଭାବନ୍ତି ଯେ, ପରମେଶ୍ୱର ଜାଣନ୍ତି ନାହିଁ।


Swiv nou:

Piblisite


Piblisite