ସିଫନୀୟ 1:17 - ପବିତ୍ର ବାଇବଲ17 ସଦାପ୍ରଭୁ କହିଲେ, “ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ସମସ୍ୟା ଘଟାଇବା। ଲୋକମାନେ ଅନ୍ଧଭଳି ଗ୍ଭଲିବେ, ଏହା କାହିଁକି ଘଟିବ? କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛନ୍ତି। ସେମାନଙ୍କର ମୃତ ଶରୀର ଭୂମି ଉପରେ ଗୋବର ପରି ପଡ଼ି ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ। Gade chapit laଓଡିଆ ବାଇବେଲ17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ। Gade chapit la |
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”