Biblia Todo Logo
Bib sou entènèt

- Piblisite -




ସିଫନୀୟ 3:19 - ପବିତ୍ର ବାଇବଲ

19 ସେତେବେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା, ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା। ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫେରାଇ ଆଣିବା। ସେମାନଙ୍କୁ ଆମ୍ଭେ ଏପରି ବିଖ୍ୟାତ କରାଇବା ସବୁଲୋକ ସେମାନଙ୍କୁ ପ୍ରଶଂସା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେସମସ୍ତଙ୍କ ପ୍ରତି ସେସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଛୋଟୀକୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।

Gade chapit la Kopi

ଓଡିଆ ବାଇବେଲ

19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।

Gade chapit la Kopi




ସିଫନୀୟ 3:19
38 Referans Kwoze  

ଯେଉଁମାନେ ତୁମ୍ଭକୁ କଷ୍ଟ ଦେଇଥିଲେ ସେମାନଙ୍କର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହେବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସେମାନେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସେମାନେ ତୁମ୍ଭକୁ ‘ସଦାପ୍ରଭୁଙ୍କର ନଗରୀ ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ’ ବୋଲି ସମ୍ବୋଧନ କରିବେ।


ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ। ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକର ବନ୍ଦୀତ୍ୱ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସେମାନେ ଲୁଣ୍ଠିତ ହେବେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ୟ ଅପହରଣ କରନ୍ତି, ଆମ୍ଭେ ସେମାନଙ୍କର ଦ୍ରବ୍ୟ ଅପହରଣ କରାଇବା।”


କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତ୍ରୁମାନଙ୍କୁ ବିନାଶ କଲେ। ଇସ୍ରାଏଲର ରାଜା, ସ୍ୱୟଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷୟ ପାଇଁ ଆଉ ଭୟଭୀତ ହେବ ନାହିଁ।


ମୋର ଶତ୍ରୁ କହୁଥିଲେ, “ତୁମ୍ଭର ସଦାପ୍ରଭୁ ପରମେଶ୍ୱର କେଉଁଠାରେ ଅଛନ୍ତି?” ମାତ୍ର ଯେତେବେଳେ ସେ ଏହା ଦେଖିବ ସେ ଲଜ୍ଜିତ ହେବ। ସେତେବେଳେ ମୁଁ ଶତ୍ରୁକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ।


“ହଜି ଯାଇଥିବା ମେଷମାନଙ୍କୁ ମୁଁ ଅନ୍ୱେଷଣ କରିବି ଆଉ ଛିନ୍ନଭିନ୍ନ ହୋଇଥିବା ମେଷମାନଙ୍କୁ ଫେରାଇ ଆଣିବି। ଏବଂ ଆହତ ମେଷର କ୍ଷତରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସେହି ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବି ଓ ଯଥାର୍ଥ ଭାବେ ସେମାନଙ୍କୁ ମଣିବି।”


“ଲଜ୍ଜା ପରିବର୍ତ୍ତେ ସେମାନେ ଦୁଇଗୁଣ ସମ୍ମାନ ପାଇବେ। ପୁଣି ଅପମାନ ପରିବର୍ତ୍ତେ ସେମାନେ ନିଜ ନିଜ ଅଧିକାରରେ ଆନନ୍ଦ କରିବେ। ଏଥିପାଇଁ ସେମାନେ ନିଜ ଦେଶରେ ଦୁଇଗୁଣ ଅଂଶ ପାଇବେ ଓ ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।


ତା'ପରେ ଯିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧ୍ୟରେ ଏକ ଶ୍ରେଷ୍ଠ ସ୍ଥାନ ହେବ। ଲୋକମାନେ ଏପରି ସୁଖରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତାହା ସେମାନେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ଯ୍ୟ ହେବେ।’


ଧାର୍ମିକ ହୋଇ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହେବାର କାରଣ ହେବ ନାହିଁ, ଓ ତୁମ୍ଭେମାନେ ରକ୍ଷା ପାଇ ପାରିବ।


ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଧ୍ୱଂସ ଓ ବିନାଶର କଥା ଆଉ ଶୁଣାଯିବ ନାହିଁ। ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ ‘ପରିତ୍ରାଣ’ ଓ ତୁମ୍ଭ ନଗରର ଦ୍ୱାର ସମୂହର ନାମ ‘ପ୍ରଶଂସା’ ରଖିବ।


ସେମାନେ ସର୍ବଦା ମୋ’ ବିରୁଦ୍ଧରେ ଯାଇଥିଲେ ବୋଲି ତାହା ଭୁଲିଯିବେ। ଆଉ ସେମାନେ ନିରାପଦରେ ଆପଣା ଦେଶରେ ବାସ କରିବେ ଓ କେହି ସେମାନଙ୍କୁ ଭୟଭୀତ କରାଇବେ ନାହିଁ।


ଶୟତାନର ସେନାବାହିନୀ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ପରମେଶ୍ୱରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ୱରଙ୍କ ପ୍ରିୟ ନଗରକୁ ଘେରିଗଲେ। କିନ୍ତୁ ସ୍ୱର୍ଗରୁ ଅଗ୍ନି ଆସିଲା ଓ ତା'ର ସେନାବାହିନୀକୁ ବିନାଶ କରିଦେଲା।


ସଦାପ୍ରଭୁ କହନ୍ତି, “ହେ ମୋର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ। କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ, ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ଆମ୍ଭେ ସେମାନଙ୍କୁ ସଂହାର କରିବା। ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ। ଆମ୍ଭେ ତୁମ୍ଭକୁ ବିବେଚନା ପୂର୍ବକ ଶାସ୍ତି ଦେବା। ମାତ୍ର ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।”


ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେପର୍ଯ୍ୟନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଗ୍ଭର ଚକ୍ଷୁରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ଆନନ୍ଦ ଉଠାଅ।


ମାତ୍ର ହେ ସଦପ୍ରଭୁ! ସେମାନଙ୍କୁ ଦଣ୍ଡ ଦେବାକୁ ତୁମ୍ଭର ହସ୍ତ ଉ‌‌‌ତ୍‌‌‌ଥିତ ହେବ, ତଥାପି ସେମାନେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଅତିଶୟ ପ୍ରେମକୁ ଦେଖି ସେମାନେ ଲଜ୍ଜିତ ହେବେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନିରେ ଦ‌ଗ୍‌ଧିଭୂତ ହେବେ।


ଆଉ ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ, ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ।


ତେଣୁ ମୁଁ ମୋର ହସ୍ତ ତୁମ୍ଭ ବିରୁଦ୍ଧରେ ଉଠାଇଲି ଏବଂ ତୁମ୍ଭର ଦେଶର କିଛି ଅଂଶ ନେଇଯାଇଛି। ମୁଁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କର କନ୍ୟାମାନଙ୍କୁ ହସ୍ତାନ୍ତର କରିଛି, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଏବଂ କାମୁକତାରେ ଭାରାକ୍ରାନ୍ତ ହେଲେ।


ସେ ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇଥିଲା। କିନ୍ତୁ ବର୍ତ୍ତମାନ ଅରାମର କନ୍ୟାଗଣ ତୁମ୍ଭକୁ ହୀନ କଲେ ଓ ତାହାର ଚତୁର୍ଦ୍ଦିଗସ୍ଥ କନ୍ୟାଗଣ ଓ ପଲେଷ୍ଟୀୟମାନଙ୍କର କନ୍ୟାଗଣ ତୁମ୍ଭକୁ ତାଚ୍ଛଲ୍ୟ କଲେ।


ଦେଶର ସମସ୍ତ ଜନସାଧାରଣ ସେମାନଙ୍କୁ କବର ଦେବେ। ସଦାପ୍ରଭୁ, ମୋର ପ୍ରଭୁ କହିଲେ, ମୁଁ ଗୌରବାନ୍ୱିତ ହେବି ଏବଂ ସେହି ଦିନଟି ସେମାନଙ୍କ ପାଇଁ ସ୍ମରଣୀୟ ହୋଇ ରହିବ।”


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ସେହି ଦିନମାନଙ୍କରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ଲୋକ, ଜଣେ ଯିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, ‘ତୁମ୍ଭ ସହିତ ଆମ୍ଭେ ଯିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି।’”


ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରୁ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ୟାତି ଓ ସମ୍ମାନ ଦେବେ। ଏବଂ ତୁମ୍ଭେମାନେ ତାଙ୍କର ନିଜର ପବିତ୍ର ଲୋକ ହେବ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।”


ଏହା ପରେ ଅଦୋନୀବେଷକ୍ ସେମାନଙ୍କୁ କହିଲା, “ହସ୍ତପାଦର ଛିନ୍ନା ଅଙ୍ଗୁଳି ସତୁରି ଜଣ ରାଜା ଆମ୍ଭ ମେଜ ତଳେ ନିଜର ଆହାର ସାଉଣ୍ଟୁ ଥିଲେ। ମୁଁ ଯେପରି କରିଥିଲି ପରମେଶ୍ୱର ମୋତେ ସେହିପରି ଦେଲେ।” ଏହା ପରେ ଯିହୁଦାର ଲୋକମାନେ ଅଦୋନୀବେଷ‌କ୍‌କୁ ଯିରୁଶାଲମକୁ ଆଣିଲେ ଓ ସେ ସେଠାରେ ମୃତ୍ୟୁବରଣ କଲା।


ଦେଖ, ତୁମ୍ଭେମାନେ ଲୁଟିତ ନ ହୋଇ ମଧ୍ୟ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା ନ କଲେ ମଧ୍ୟ ତୁମ୍ଭେମାନେ ଅନ୍ୟମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛ। ତେଣୁ ତୁମ୍ଭେମାନେ ସନ୍ତାପର ପାତ୍ର। କାରଣ ତୁମ୍ଭେମାନେ ଲୁଟିବା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭେମାନେ ବିଶ୍ୱାସଘାତକତା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।


ସେହି ସ୍ଥାନମାନଙ୍କରୁ ଧନ୍ୟବାଦ ଓ ଆନନ୍ଦର ଧ୍ୱନି ବାହାରିବ। ଆମ୍ଭେ ସେମାନଙ୍କୁ ଅସଂଖ୍ୟ କରିବା। ସେମାନେ ଅଳ୍ପ ସଂଖ୍ୟକ ହୋଇ ରହିବେ ନାହିଁ ଆଉ ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା। କେହି ସେମାନଙ୍କୁ ଘୃଣା କରିବେ ନାହିଁ।


Swiv nou:

Piblisite


Piblisite