Biblia Todo Logo
Bib sou entènèt

- Piblisite -




ସିଫନୀୟ 3:20 - ପବିତ୍ର ବାଇବଲ

20 ସେତେବେଳେ ଆମ୍ଭେ ତୁମ୍ଭ ସମସ୍ତଙ୍କୁ ଏକତ୍ର ଫେରାଇ ଆଣିବା। ଆମ୍ଭେ ତୁମ୍ଭମାନଙ୍କୁ ଏପରି ସୁନାମଶାଳୀ କରାଇବା ଯାହା ଫଳରେ ସବୁଲୋକ ତୁମ୍ଭମାନଙ୍କର ପ୍ରଶଂସା କରିବେ। ତାହା ଘଟିବ ଯେତେବେଳେ ଆମ୍ଭେ ସମସ୍ତ ବନ୍ଦୀମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣି ମୁକ୍ତ କରିବା,” ସଦାପ୍ରଭୁ ଏହି ସମସ୍ତ କହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ଯଶର ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi




ସିଫନୀୟ 3:20
32 Referans Kwoze  

ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା। ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀ ଅବସ୍ଥା ପରିବର୍ତ୍ତନ କରିଥିଲୁ, କିନ୍ତୁ ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ପୁନଃ ଏକତ୍ରିତ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ପୁନର୍ବାର ତୁମ୍ଭମାନଙ୍କୁ ନିର୍ବାସନ ସ୍ଥାନରୁ ଫେରାଇ ଆଣିବା।”


“ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମନୋହର ହେବ।” ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।


ସେମାନଙ୍କୁ ଆମ୍ଭେ ଆମ୍ଭ ମନ୍ଦିର ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା।”


ସେତେବେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା, ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା। ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫେରାଇ ଆଣିବା। ସେମାନଙ୍କୁ ଆମ୍ଭେ ଏପରି ବିଖ୍ୟାତ କରାଇବା ସବୁଲୋକ ସେମାନଙ୍କୁ ପ୍ରଶଂସା କରିବେ।


ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।


“ହଁ ଦେଖ, ସେହି ସମୟରେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆମ୍ଭେ ବନ୍ଦୀ ଅବସ୍ଥାରୁ ଉଦ୍ଧାର କରିବା।


“ହଜି ଯାଇଥିବା ମେଷମାନଙ୍କୁ ମୁଁ ଅନ୍ୱେଷଣ କରିବି ଆଉ ଛିନ୍ନଭିନ୍ନ ହୋଇଥିବା ମେଷମାନଙ୍କୁ ଫେରାଇ ଆଣିବି। ଏବଂ ଆହତ ମେଷର କ୍ଷତରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସେହି ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବି ଓ ଯଥାର୍ଥ ଭାବେ ସେମାନଙ୍କୁ ମଣିବି।”


“ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହୋଇଥିବାରୁ କେହି ତୁମ୍ଭ ମଧ୍ୟଦେଇ ଯାତାୟାତ କଲେ ନାହିଁ। ତା’ ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷାନୁକ୍ରମେ ଆନନ୍ଦସ୍ୱରୂପ କରିବା।


ତା'ପରେ ସେହି ରାଜ୍ୟ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସେହି ଲୋକମାନଙ୍କୁ ସ୍ମରଣ କରିବେ। ସେହି ଲୋକମାନେ ବିଦେଶରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଫେରାଇ ଆଣିବେ। ତା'ପରେ ଯିହୁଦାର ଲୋକମାନେ ସେମାନଙ୍କର ମେଷଗୁଡ଼ିକୁ ସେହି ପଡ଼ିଆରେ ଚରିବାକୁ ଦେବେ। ସନ୍ଧ୍ୟାବେଳେ ଅସ୍କିଲୋନର ଶୂନ୍ୟ ଗୃହରେ ସେମାନେ ପଡ଼ି ରହିବେ।


ପୁଣି ମୁଁ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟେ। ତାହା ସେମାନେ ଜାଣିବେ। ମୁଁ ନାନା ଜାତିମାନଙ୍କ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲି ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛି। ମୁଁ ସେମାନଙ୍କର କାହାକୁ ଆଉ ସେଠାରେ ରଖିବି ନାହିଁ।


ପୁଣି ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲର ଲୋକମାନେ ଯେଉଁ ବିଭିନ୍ନ ଦେଶକୁ ସେମାନେ ଯାଇ ଅଛନ୍ତି ସେହି ସ୍ଥାନର ଗୋଷ୍ଠୀୟମାନଙ୍କ ମଧ୍ୟରୁ ମୁଁ ସେମାନଙ୍କୁ ନିଜ ଦେଶକୁ ନେଇଆସିବି। ଆଉ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବି।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ଇସ୍ରାଏଲ ବଂଶକୁ ନାନା ଗୋଷ୍ଠୀଗଣ ମଧ୍ୟରେ ଛିନ୍ନଭିନ୍ନ କରିଥିଲି। କିନ୍ତୁ ପୁନର୍ବାର ଯେତେବେଳେ ମୁଁ ସେମାନଙ୍କୁ ଏକତ୍ରିତ କରିବି। ସେତେବେଳେ ମୁଁ ନିଜକୁ ନାନା ଦେଶୀୟମାନଙ୍କ ଦୃଷ୍ଟିରେ ପବିତ୍ର ରୂପେ ଦେଖାଇବି ଏବଂ ମୁଁ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲି ସେମାନେ ସେହି ଦେଶରେ ବାସ କରିବେ।


“କାରଣ ଆମ୍ଭେ ଯେଉଁ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କୁହନ୍ତି।


ପୁଣି ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀମାନଙ୍କ ମଧ୍ୟରେ ବିଖ୍ୟାତ ହେବେ। ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।”


ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ, ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।


ଏଣୁ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରି ସେମାନଙ୍କୁ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ହେ ମୋର ଲୋକମାନେ, ମୁଁ ତୁମ୍ଭମାନଙ୍କର କବର ଉନ୍ମୁକ୍ତ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର କବରରୁ ବାହାର କରାଇବି। ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବି।


ଲୋକମାନେ ସେମାନଙ୍କୁ ଡାକିବେ, “ପବିତ୍ର ସଦାପ୍ରଭୁଙ୍କର ଲୋକ,” “ମୁକ୍ତି ହୋଇଥିବା ଲୋକମାନେ।” ତୁମ୍ଭେ ପରିଣତ ହେବ ଗୋଟିଏ “ପରମେଶ୍ୱରଙ୍କର ଅପରିତ୍ୟକ୍ତା ନଗରୀ,” ଏବଂ “ଅନ୍ୱେଷଣ” ବୋଲି ଡାକିଲେ।


ପରମେଶ୍ୱର କହିଲେ, “ମୁଁ ସଦୋମ ଓ ତାହାର ଚତୁର୍ଦ୍ଦିଗସ୍ଥ କନ୍ୟାଗଣକୁ ଓ ଶମରିୟା ଏବଂ ତାହାର ଚତୁର୍ଦ୍ଦିଗସ୍ଥ କନ୍ୟାଗଣଙ୍କୁ ବିନାଶ କରିବି। ଯିରୁଶାଲମ ମଧ୍ୟ ଧ୍ୱଂସ ହେବ। କିନ୍ତୁ ମୁଁ ସେହି ସମଗ୍ର ନଗର ଓ ଯିରୁଶାଲମକୁ ପୁନର୍ବାର ନିର୍ମାଣ କରିବି।


ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେପର୍ଯ୍ୟନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଗ୍ଭର ଚକ୍ଷୁରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ଆନନ୍ଦ ଉଠାଅ।


ସଦାପ୍ରଭୁ ମୋର ପ୍ରଭୁ ଏହିସବୁ କହିଛନ୍ତି, “ଆମ୍ଭେ ଇସ୍ରାଏଲର ଦୂରିକୃତ ଲୋକମାନଙ୍କୁ ସଂଗ୍ରହ କରିବୁ ଓ ସେମାନଙ୍କ ବ୍ୟତୀତ ତାହା ନିକଟରେ ଥିବା ଅନ୍ୟ ଲୋକମାନଙ୍କୁ ସଂଗ୍ରହ କରିବୁ।”


ଏବଂ ସଦାପ୍ରଭୁ ଆଜି ତାଙ୍କ ପ୍ରତିଜ୍ଞା ଅନୁସାରେ ଘୋଷଣା କରିଛନ୍ତି ଯେ, ତୁମ୍ଭେ ତାଙ୍କର ସଞ୍ଚିତ ଜାତି ହେବ ଓ ତାଙ୍କର ସମସ୍ତ ଆଜ୍ଞା ମାନିବା ଉଚିତ୍।


ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରୁ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ୟାତି ଓ ସମ୍ମାନ ଦେବେ। ଏବଂ ତୁମ୍ଭେମାନେ ତାଙ୍କର ନିଜର ପବିତ୍ର ଲୋକ ହେବ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।”


କାରଣ ସଦାପ୍ରଭୁ କହନ୍ତି, “ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱ ଅବସ୍ଥା ପରିବର୍ତ୍ତନ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”


ଦେଶର ସମସ୍ତ ଜନସାଧାରଣ ସେମାନଙ୍କୁ କବର ଦେବେ। ସଦାପ୍ରଭୁ, ମୋର ପ୍ରଭୁ କହିଲେ, ମୁଁ ଗୌରବାନ୍ୱିତ ହେବି ଏବଂ ସେହି ଦିନଟି ସେମାନଙ୍କ ପାଇଁ ସ୍ମରଣୀୟ ହୋଇ ରହିବ।”


ଆମ୍ଭେ ସେମାନଙ୍କୁ ଏଠାକୁ ଫେରାଇ ଆଣିବା ଏବଂ ସେମାନେ ଯିରୁଶାଲମ ମଧ୍ୟରେ ବାସ କରିବେ। ସେମାନେ ଆମ୍ଭର ଲୋକ ହେବେ ଏବଂ ଆମ୍ଭେ ସେମାନଙ୍କର ବିଶ୍ୱସ୍ଥ ଏବଂ ନ୍ୟାୟବାନ୍ ପରମେଶ୍ୱର ହେବା।”


“ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କର ବାସ ସ୍ଥାନକୁ ଫେରାଇ ଆଣିବା। ସେତେବେଳେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।


ତା'ପରେ ଯିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧ୍ୟରେ ଏକ ଶ୍ରେଷ୍ଠ ସ୍ଥାନ ହେବ। ଲୋକମାନେ ଏପରି ସୁଖରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତାହା ସେମାନେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ଯ୍ୟ ହେବେ।’


ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରିବା। ଆଉ ମଧ୍ୟ ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ଼ରେ ଓ ଗ୍ଭରଣଭୂମିରେ ମେଷମାନଙ୍କୁ ଏକତ୍ରିତ କଲାପରି ସେମାନଙ୍କୁ ସମବେତ କରାଇବା। ସେତେବେଳେ ସେ ସ୍ଥାନଟି ଲୋକ ଗହଳିରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହେବ।


“ଆମ୍ଭେ ସେହି ନଗରର ‘ପଙ୍ଗୁ’ ଲୋକମାନଙ୍କୁ ଅବଶିଷ୍ଟାଂଶ ରୂପେ ରଖିବା ଓ ବିତାଡ଼ିତ ହୋଇଥିବା ସେହି ଲୋକମାନଙ୍କୁ ପୁଣି ଶକ୍ତିଶାଳୀ ଗୋଷ୍ଠୀରେ ପରିଣତ କରିବା।” ସଦାପ୍ରଭୁ ସେମାନଙ୍କର ରାଜା ହେବେ ଏବଂ ସେ ସିୟୋନ ପର୍ବତ ଉପରେ ଏବେଠାରୁ ଚିରକାଳ ପର୍ଯ୍ୟନ୍ତ ସେମାନଙ୍କ ଉପରେ ଶାସନ କରିବେ।


ହେ ଯିହୁଦା ଓ ଇସ୍ରାଏଲ, ଠିକ୍ ଯେପରି ତୁମ୍ଭେମାନେ ଦେଶ ମଧ୍ୟରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।”


Swiv nou:

Piblisite


Piblisite