Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:5 - ଓଡିଆ ବାଇବେଲ

5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ ନଗର ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସିପାରିବ ନାହିଁ।” ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା।

Gade chapit la Kopi

ପବିତ୍ର ବାଇବଲ

5 ଯିବୂଷରେ ବାସ କରୁଥିବା ଲୋକମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନଗର ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।” କିନ୍ତୁ ଦାଉଦ ସେମାନଙ୍କୁ ପରାସ୍ତ କରିଦେଲେ। ଦାଉଦ ସିୟୋନ ଦୁର୍ଗକୁ ଅଧିକାର କରି ନେଲେ। ଯାହା ଦାଉଦଙ୍କ ନଗର ନାମରେ ଜଣାଗଲା।

Gade chapit la Kopi




1 ବଂଶାବଳୀ 11:5
26 Referans Kwoze  

ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" ।


କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।


କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।


ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।”


ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।


ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।


ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।


ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।


ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।


ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।


ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।


ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।


ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।


ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,


ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?


ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍‍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ।


ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।


ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ। ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।


Swiv nou:

Piblisite


Piblisite