Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:4 - ଓଡିଆ ବାଇବେଲ

4 ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

4 ଏହା ପରେ ନିୟମସିନ୍ଦୁକ ସମ୍ମୁଖରେ ସେବାକାର୍ଯ୍ୟ କରିବା ନିମନ୍ତେ ଦାଉଦ କେତେଜଣ ଲେବୀୟଙ୍କୁ ମନୋନୀତ କଲେ। ଇସ୍ରାଏଲର ପରମେଶ୍ୱର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦ କରିବା ଏବଂ ଆନନ୍ଦ ଉତ୍ସବ କରିବା ସେହି ଲେବୀୟମାନଙ୍କ କାର୍ଯ୍ୟ ଥିଲା।

Gade chapit la Kopi




1 ବଂଶାବଳୀ 16:4
25 Referans Kwoze  

ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ ଆମେନ୍‍ କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,


ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;


ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;


ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।


ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।


ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।


ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।


ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚୈଃ-ସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।”


ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,


ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।


(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।


ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।


ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;


ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।


ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା


ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।


ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।


Swiv nou:

Piblisite


Piblisite