Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:5 - ଓଡିଆ ବାଇବେଲ

5 କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ଵୁରୁ ସେ ତମ୍ଵୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।

Gade chapit la Kopi

ପବିତ୍ର ବାଇବଲ

5-6 ଇସ୍ରାଏଲକୁ ମିଶରରୁ ବାହାର କରି ଆଣିବା ଦିନଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଆମ୍ଭେ ଗୃହ ମଧ୍ୟରେ ‘ବାସ କରି ନାହୁଁ। ମୁଁ ତମ୍ବୁ ମଧ୍ୟରେ ରହୁଅଛି। ମୁଁ ଇସ୍ରାଏଲ ନିମନ୍ତେ ନେତା ମନୋନୀତ କରିଥିଲି ସେମାନେ ମେଷପାଳକ ତୁଲ୍ୟ ଥିଲେ। ଆମ୍ଭେ ଇସ୍ରାଏଲୀୟମାନଙ୍କ ସହିତ ଗଲା ସମୟରେ କେବେହେଲେ ଜଣେ ସୁଦ୍ଧା ନେତାଙ୍କୁ କହି ନାହୁଁ: ତୁମ୍ଭେ ଆମ୍ଭ ନିମନ୍ତେ କାହିଁକି ଦେବଦାରୁ କାଠରେ ଗୃହ ନିର୍ମାଣ କରି ନାହଁ?

Gade chapit la Kopi




1 ବଂଶାବଳୀ 17:5
12 Referans Kwoze  

ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।


ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।”


ମାତ୍ର ପରମେଶ୍ୱର କ’ଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କ’ଣ ପାରିବ ?


ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ ? ଯେହେତୁ ସ୍ୱର୍ଗ ଓ ସ୍ୱର୍ଗର ସ୍ୱର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି ? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ୱଳାଇବା ପାଇଁ ତାହା କରିବି।


ମାତ୍ର, ପରମେଶ୍ୱର କ’ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ’ ନିର୍ମିତ ଏହି ଗୃହ କ’ଣ ପାରିବ ?


ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।


ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍‍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।


Swiv nou:

Piblisite


Piblisite