Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 18:3 - ଓଡିଆ ବାଇବେଲ

3 ଆହୁରି ସୋବାର ରାଜା ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍‍ ପର୍ଯ୍ୟନ୍ତ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆହୁରି ସୋବାର ରାଜା ହଦରେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆହୁରି ସୋବାର ରାଜା ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍‍ ପର୍ଯ୍ୟନ୍ତ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

3 ଦାଉଦ ଆହୁରି ମଧ୍ୟ ହଦରେଷରଙ୍କ ସୈନ୍ୟବାହିନୀ ସହିତ ଯୁଦ୍ଧ କଲେ। ହଦରେଷର ସୋବର ରାଜା ଥିଲେ। ଦାଉଦ ହମାତ ସହର ପର୍ଯ୍ୟନ୍ତ ପଥରେ ସେହି ସୈନ୍ୟବାହିନୀ ସହିତ ଯୁଦ୍ଧ କଲେ। ହଦରେଷର ଫରାତ୍ ନଦୀ ପର୍ଯ୍ୟନ୍ତ ତାହାଙ୍କ ରାଜ୍ୟ ବିସ୍ତାର କରିବାକୁ ଚେଷ୍ଟା କରିବାରୁ ଦାଉଦ ଏହିପରି କଲେ।

Gade chapit la Kopi




1 ବଂଶାବଳୀ 18:3
11 Referans Kwoze  

ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।


ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।


ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।


ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍‍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।


ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,


ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।


ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;


ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ଏଥିଉତ୍ତାରେ ଶଲୋମନ ହମାତ୍‍-ସୋବାକୁ ଯାଇ ତାହା ପରାସ୍ତ କଲେ।


ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି।


Swiv nou:

Piblisite


Piblisite