Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:2 - ଓଡିଆ ବାଇବେଲ

2 ତହିଁରେ ଦାଉଦ କହିଲେ, “ମୁଁ ନାହଶର ପୁତ୍ର ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି, କାରଣ, ତାହାର ପିତା ମୋ’ ପ୍ରତି ଦୟା ପ୍ରକାଶ କରିଥିଲା।” ତେଣୁ, ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ହାନୂନ୍‍କୁ ସାନ୍ତ୍ୱନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଦାଉଦ କହିଲେ, ମୁଁ ନାହଶ୍ର ପୁତ୍ର ହାନୂନ୍ ପ୍ରତି ଦୟା ପ୍ରକାଶ କରିବି, କାରଣ ତାହାର ପିତା ମୋʼ ପ୍ରତି ଦୟା ପ୍ରକାଶ କରିଥିଲା। ତେଣୁ ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ଵନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ହାନୂନ୍କୁ ସାନ୍ତ୍ଵନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଦାଉଦ କହିଲେ, “ମୁଁ ନାହଶର ପୁତ୍ର ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି, କାରଣ, ତାହାର ପିତା ମୋʼ ପ୍ରତି ଦୟା ପ୍ରକାଶ କରିଥିଲା।” ତେଣୁ, ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ହାନୂନ୍‍କୁ ସାନ୍ତ୍ୱନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

2 ଏ ଉତ୍ତାରେ ଦାଉଦ କହିଲେ, “ନାହଶ୍ ମୋ’ ପ୍ରତି ଦୟାଳୁ ହୋଇଥିଲେ, ତେଣୁ ମୁଁ ନାହଶଙ୍କ ପୁତ୍ର ହାନୂନ୍ ପ୍ରତି ଦୟାଳୁ ହେବି।” ତେଣୁ ହାନୂନଙ୍କୁ ତାହାଙ୍କ ପିତାଙ୍କ ମୃତ୍ୟୁ ବିଷୟକ ସାନ୍ତ୍ୱନା ଦେବା ନିମନ୍ତେ ଦାଉଦ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ଦାଉଦଙ୍କ ବାର୍ତ୍ତାବାହକମାନେ ହାନୂନଙ୍କୁ ସାନ୍ତ୍ୱନା ଦେବା ନିମନ୍ତେ ଅମ୍ମୋନ ଦେଶକୁ ଗଲେ।

Gade chapit la Kopi




1 ବଂଶାବଳୀ 19:2
14 Referans Kwoze  

ଏଉତ୍ତାରେ ଦାଉଦ ସିକ୍ଲଗ୍‍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍‍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍‍ ଓ ଯତ୍ତୀର


ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।


ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କିପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି ?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”


ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତ କାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,


ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍‍ବଲ୍ଲଟ୍‍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍‍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।


ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।”


ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ‘ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କ’ଣ କରି ପାରିବି ? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଛ କି ?’” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”


ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”


ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି ?”


ଆଉ, ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ ।


ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।


ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କ’ଣ ଆପଣ ବିଚାର କରନ୍ତି ? ତାହାର ଦାସମାନେ କ’ଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି ?”


Swiv nou:

Piblisite


Piblisite