Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 22:10 - ଓଡିଆ ବାଇବେଲ

10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତ କାଳ ସ୍ଥାପନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନ; କାଳ ସ୍ଥାପନ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତକାଳ ସ୍ଥାପନ କରିବା।’

Gade chapit la Kopi

ପବିତ୍ର ବାଇବଲ

10 ଶଲୋମନ ଆମ୍ଭ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଶଲୋମନ ମୋର ପୁତ୍ର ହେବ ଏବଂ ଆମ୍ଭେ ତାହାର ପିତା ହେବା। ଏବଂ ଆମ୍ଭେ ଶଲୋମନର ରାଜ୍ୟକୁ ଦୃଢ଼ କରିବା। ତାହାର ବଂଶରୁ କୌଣସି ଜଣେ ଇସ୍ରାଏଲ ଉପରେ ସଦାସର୍ବଦା ରାଜତ୍ୱ କରିବ।’”

Gade chapit la Kopi




1 ବଂଶାବଳୀ 22:10
16 Referans Kwoze  

କାରଣ ଈଶ୍ୱର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?'' ପୁନଶ୍ଚ, "ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ ?''


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।


ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଥିଲେ, “ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।”


ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋ’ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋ’ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।”


ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋ’ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋ’ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।


ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,


ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ, ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତ କାଳ ସ୍ଥିର କରିବା।


ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋ’ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।


ତୁମ୍ଭେ ଆପଣା ଦାସ ମୋ’ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।


Swiv nou:

Piblisite


Piblisite