Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 22:2 - ଓଡିଆ ବାଇବେଲ

2 ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅନନ୍ତର ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

2 ଇସ୍ରାଏଲ ମଧ୍ୟରେ ବାସ କରୁଥିବା ସମସ୍ତ ବିଦେଶୀୟମାନଙ୍କୁ ଏକତ୍ର ଠୁଳ ହେବା ନିମନ୍ତେ ଦାଉଦ ଆଦେଶ ଦେଲେ। ସେହି ବିଦେଶୀମାନଙ୍କ ମଧ୍ୟରୁ ଦାଉଦ ପଥରକଟାଳୀମାନଙ୍କୁ ମନୋନୀତ କଲେ। ପରମେଶ୍ୱରଙ୍କ ମନ୍ଦିର ନିର୍ମାଣରେ ବ୍ୟବହୃତ ହେବା ନିମନ୍ତେ ଉଦ୍ଧିଷ୍ଟ ପଥରକୁ କାଟି ପ୍ରସ୍ତୁତ କରି ରଖିବା ସେମାନଙ୍କର କାର୍ଯ୍ୟ ଥିଲା।

Gade chapit la Kopi




1 ବଂଶାବଳୀ 22:2
16 Referans Kwoze  

ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ।


ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର ।


ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟ-ଦ୍ରବ୍ୟ ଓ ତୈଳ ଦେଲେ।


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।


ଅର୍ଥାତ୍‍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”


ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।


ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।


ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।


ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇ ଯିବେ।


Swiv nou:

Piblisite


Piblisite