Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।

Gade chapit la Kopi

ପବିତ୍ର ବାଇବଲ

1 ଦାଉଦ ବୃଦ୍ଧ ହେଲେ, ତେଣୁ ସେ ତାଙ୍କର ପୁତ୍ର ଶଲୋମନଙ୍କୁ ଇସ୍ରାଏଲର ନୂତନ ରାଜା କଲେ।

Gade chapit la Kopi




1 ବଂଶାବଳୀ 23:1
12 Referans Kwoze  

ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।


ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋ’ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।


ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।


ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋ’ ପଦରେ ମୋ’ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋ’ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”


ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।


ଏଥିଉତ୍ତାରେ ଇସ୍‍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।


ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।


ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।


ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।


ଏହି କର୍ମ କି ମୋ’ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋ’ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି ?


Swiv nou:

Piblisite


Piblisite