Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:4 - ଓଡିଆ ବାଇବେଲ

4 ପୁଣି, ଓବେଦ୍‍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍‍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ୍‍;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଓବେଦ୍-ଇଦୋମ୍ର ପୁତ୍ର ଥିଲେ; ପ୍ରଥମଜାତ ଶମୟୀୟ, ଦ୍ଵିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର୍, ପଞ୍ଚମ ନଥନେଲ୍;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଓବେଦ୍‍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍‍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ;

Gade chapit la Kopi

ପବିତ୍ର ବାଇବଲ

4 ଓବେଦ୍-ଇଦୋମ ଓ ତାଙ୍କର ପୁତ୍ରଗଣ; ଓବେଦ୍-ଇଦୋମଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ ଶମୟିୟ। ଯିହୋଷାବଦ୍ ତାଙ୍କର ଦ୍ୱିତୀୟ ପୁତ୍ର ଥିଲେ। ଯୋୟାହ ତାଙ୍କର ତୃତୀୟ ପୁତ୍ର ଥିଲେ। ସାଖାର୍ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ନଥନେଲ ତାଙ୍କର ପଞ୍ଚମ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 26:4
11 Referans Kwoze  

ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ


ପୁଣି, ଶବନୀୟ, ଯୋଶାଫଟ୍‍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍‍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।


ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍‍, ଜିଖରୀୟକୁ, ବେନ୍‍କୁ, ଯାସୀୟେଲକୁ, ଶମୀରାମୋତକୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍‍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍‍ନେୟକୁ, ଦ୍ୱାରପାଳ ଓବେଦ୍‍-ଇଦୋମକୁ ଓ ଯିୟୀୟେଲ୍‍କୁ ନିଯୁକ୍ତ କଲେ।


ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;


ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍‍ନେୟ, ଓବେଦ୍‍-ଇଦୋମ, ଯିୟୀୟେଲ୍‍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍‍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।


ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,


ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍‍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।


ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।


ପଞ୍ଚମ ଏଲମ୍‍, ଷଷ୍ଠ ଯିହୋହାନନ୍‍, ସପ୍ତମ ଇଲୀହୋଐନୟ।


ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।


ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।


Swiv nou:

Piblisite


Piblisite