Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:9 - ଓଡିଆ ବାଇବେଲ

9 ପୁଣି, ଯାବେଷ୍‍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍‍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଯାବେଷ୍‍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍‍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।”

Gade chapit la Kopi

ପବିତ୍ର ବାଇବଲ

9 ଯାବେଷ୍ ତାଙ୍କର ଭ୍ରାତାମାନଙ୍କ ଅପେକ୍ଷା ଅଧିକ ସମ୍ମାନିତ ହେଲେ। ତାଙ୍କର ମାତା କହିଲେ, “ମୁଁ ତାହାର ନାମ ଯାବେଷ୍ ଦେଇଅଛି, କାରଣ ତାହାକୁ ଜନ୍ମ ଦେବା ସମୟରେ ମୋତେ ଅତିଶୟ ଯନ୍ତ୍ରଣା ହୋଇଥିଲା।”

Gade chapit la Kopi




1 ବଂଶାବଳୀ 4:9
10 Referans Kwoze  

ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।


ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।


ପୁଣି, ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।


ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।


ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।


ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।


ପୁଣି, ହକ୍କୋସ୍‍ ଆନୂବକୁ, ସୋବେବାକୁ ଓ ହାରୁମ୍‍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।


Swiv nou:

Piblisite


Piblisite