Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:13 - ଓଡିଆ ବାଇବେଲ

13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି ? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା ? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ଵା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଖ୍ରୀଷ୍ଟ କ’ଣ ବିଭକ୍ତ ହୋଇଛନ୍ତି? ପାଉଲ କ’ଣ ତୁମ୍ଭମାନଙ୍କ ପାଇଁ କ୍ରୁଶରେ ହତ ହୋଇଥିଲେ? ତୁମ୍ଭେମାନେ କ’ଣ ପାଉଲଙ୍କ ଶିଷ୍ୟ ରୂପେ ଜଳଦୀକ୍ଷା ଗ୍ରହଣ କରିଥିଲ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ?

Gade chapit la Kopi

ପବିତ୍ର ବାଇବଲ

13 ଖ୍ରୀଷ୍ଟଙ୍କୁ ଭାଗଭାଗ କରାଯାଇ ନ ପାରେ। ପାଉଲ କ’ଣ ତୁମ୍ଭମାନଙ୍କ ପାଇଁ କ୍ରୁଶ ଉପରେ ପ୍ରାଣତ୍ୟାଗ କରିଥିଲେ କି? ନା! ତୁମ୍ଭେମାନେ କ’ଣ ପାଉଲଙ୍କ ନାମରେ ବାପ୍ତିଜିତ ହୋଇଛି? ନା!

Gade chapit la Kopi




୧ କରିନ୍ଥୀୟ 1:13
15 Referans Kwoze  

ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ୱର ଓ ପିତା;


କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ ।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।


ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,


ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,


ପୁଣି, ସେ ସେମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ । ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ ।


ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି ।


ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।


ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକି ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ ।


କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ ।


କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ ।


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ ।


Swiv nou:

Piblisite


Piblisite