Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:4 - ଓଡିଆ ବାଇବେଲ

4 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ୱରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦତ୍ତ ଈଶ୍ଵରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯୀଶୁ ଖ୍ରୀଷ୍ଟଙ୍କ ଦେଇ ଈଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,

Gade chapit la Kopi

ପବିତ୍ର ବାଇବଲ

4 ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାଶେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି।

Gade chapit la Kopi




୧ କରିନ୍ଥୀୟ 1:4
12 Referans Kwoze  

ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି ।


କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ ।


ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା ।


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ;


ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,


ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।


ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ଯଦି ତୁମ୍ଭେମାନେ ମୋ' ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି ।


ମୁଁ ଓ ପିତା ଏକ ।


ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‍ଯୋଗୀ ।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସମସ୍ତେ ଏହି କଥା ଗ୍ରହଣ କରି ପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରି ପାରନ୍ତି ।


Swiv nou:

Piblisite


Piblisite