Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:5 - ଓଡିଆ ବାଇବେଲ

5 ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ୱରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ଵରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତଥାପି ଈଶ୍ୱର ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ପ୍ରତି ସନ୍ତୁଷ୍ଟ ନ ଥିଲେ। ତେଣୁ ସେମାନଙ୍କ ମୃତ ଶରୀର ମରୁଭୂମିର ଚାରିଆଡ଼େ ଛିନ୍ନଭିନ୍ନ ହୋଇ ପଡ଼ିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ସେମାନଙ୍କ ଭିତରୁ ଅଧିକଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ନ ଥିଲେ। ସେଥିପାଇଁ ସେମାନେ ମରୁ ପ୍ରାନ୍ତରରେ ମରିଗଲେ।

Gade chapit la Kopi




୧ କରିନ୍ଥୀୟ 10:5
16 Referans Kwoze  

ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କ'ଣ ସେମାନଙ୍କ ଉପରେ ନୁହେଁ ?


ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ ।


ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।


ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ


ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।


ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପିଢ଼ିର ସମସ୍ତ ଯୋଦ୍ଧାଗଣର ମୃତ୍ୟୁ ହୋଇଥିଲେ।


ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।


Swiv nou:

Piblisite


Piblisite