Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:2 - ଓଡିଆ ବାଇବେଲ

2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହି ସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି, କାରଣ ତୁମ୍ଭେମାନେ ମୋତେ ସବୁବେଳେ ସ୍ମରଣ କରୁଛ ଓ ମୁଁ ତୁମ୍ଭମାନଙ୍କୁ ଦେଇଥିବା ଶିକ୍ଷାସବୁ ପାଳନ କରୁଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ।

Gade chapit la Kopi




୧ କରିନ୍ଥୀୟ 11:2
12 Referans Kwoze  

ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ ।


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର ।


ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ ।


କ'ଣ ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ ? କିମ୍ବା ତୁମ୍ଭେମାନେ କ'ଣ ଈଶ୍ୱରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ ? ମୁଁ ତୁମ୍ଭମାନଙ୍କୁ କ'ଣ କହିବି ? କ'ଣ ତୁମ୍ଭମାନଙ୍କର ପ୍ରଶଂସା କରିବି ? ଏବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ ।


କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;


କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ୱର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ ।


ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,


Swiv nou:

Piblisite


Piblisite