Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 16:1 - ଓଡିଆ ବାଇବେଲ

1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ଡଳୀସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ଵନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ତଳୀ- ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯିହୁଦାରେ ଥିବା ମଣ୍ଡଳୀସ୍ଥ ବିଶ୍ୱାସୀମାନଙ୍କ ପାଇଁ ଅର୍ଥ ସାହାଯ୍ୟ ଦେବା ବିଷୟରେ ମୋର ମତାମତ:- ମୁଁ ଗାଲାତୀୟ ମଣ୍ଡଳୀକୁ ଯାହା କରିବାକୁ ନିର୍ଦ୍ଦେଶ ଦେଇଛି, ତାହା ଦୃଢ଼ ଭାବରେ ପାଳନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।

Gade chapit la Kopi

ପବିତ୍ର ବାଇବଲ

1 ବର୍ତ୍ତମାନ ପରମେଶ୍ୱରଙ୍କ ଲୋକମାନଙ୍କର ସାହାଯ୍ୟ ପାଇଁ ଅର୍ଥ ସଂଗ୍ରହ ବିଷୟରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସମ୍ପର୍କ ଦେଇ ଥିବା ନିର୍ଦ୍ଦେଶମାନ ତୁମ୍ଭେମାନେ ଅବଶ୍ୟ ପାଳନ କରିବା ଉଚିତ୍।

Gade chapit la Kopi




୧ କରିନ୍ଥୀୟ 16:1
20 Referans Kwoze  

କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ କିପରି ରହିପାରେ ?


ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ ।


ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି ।


ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି


କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି ।


ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,


କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି ।


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।


ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ଡଳୀଗୁଡିକୁ;


ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟସମସ୍ତଙ୍କୁ ସୁସ୍ଥିର କରୁଥିଲେ ।


ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା ।


ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ ।


କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି ।


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ ।


ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି ।


ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;


Swiv nou:

Piblisite


Piblisite