Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 2:1 - ଓଡିଆ ବାଇବେଲ

1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵ ବକ୍ତୃତା କିମ୍ଵା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ମୁଁ ତୁମ ନିକଟକୁ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ପ୍ରଚାର କରିବା ନିମନ୍ତେ ଯାଉଥିବା ବେଳେ ବାକ୍ୟାଡ଼ମ୍ବର କିମ୍ବା ପାଣ୍ଡିତ୍ୟ ଦେଖାଇ ନ ଥିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିଥିଲି, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।

Gade chapit la Kopi

ପବିତ୍ର ବାଇବଲ

1 ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତେବେଳେ ପରମେଶ୍ୱରଙ୍କ ସତ୍ୟ ବିଷୟରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍‌ଗ୍ଭତୁରୀ ବା ଜ୍ଞାନର କଥା କହି ନ ଥିଲି।

Gade chapit la Kopi




୧ କରିନ୍ଥୀୟ 2:1
23 Referans Kwoze  

କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କଲେ ନାହିଁ, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କଲେ; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶ ବ୍ୟର୍ଥ ହୁଏ ।


ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ ।


ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ୱରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ୱରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;


କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”


କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ ।


ସେହି ଯୋହନ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।


ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ ।


ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ ।


ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି ।


ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।


ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ ।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର ।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି ।


ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।


କାରଣ ସେମାନେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ ।


ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,


ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।


Swiv nou:

Piblisite


Piblisite