Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 2:4 - ଓଡିଆ ବାଇବେଲ

4 ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ୱରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭମାନଙ୍କ ବିଶ୍ଵାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ଵରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ମୋର ଶିକ୍ଷା ଓ ବାର୍ତ୍ତା, ମନୁଷ୍ୟ ଜ୍ଞାନର ବାକ୍ଚାତୁରୀ ଦ୍ୱାରା ପ୍ରଦତ୍ତ ହୋଇ ନ ଥିଲା। ତାହା ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିର ନିଶ୍ଚିତ ପ୍ରମାଣ ଦ୍ୱାରା ପ୍ରଚାରିତ ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,

Gade chapit la Kopi

ପବିତ୍ର ବାଇବଲ

4 ମୋର କଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମୋହର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ।

Gade chapit la Kopi




୧ କରିନ୍ଥୀୟ 2:4
28 Referans Kwoze  

କାରଣ ଈଶ୍ୱରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ ।


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।


କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କଲେ ନାହିଁ, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କଲେ; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶ ବ୍ୟର୍ଥ ହୁଏ ।


ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ ।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ ।


ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ ।


କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।


କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ।


ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ ।


କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।


ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।


ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।


ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।


ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିଆନ କରି ପାର ବୋଲି ମନେ କରୁଅଛ ।


ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟମୁଦ୍ରା ଦେବୁ।


ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକି ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା ? ନୁହେଁ ?


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।


ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।


ସେହି ଭରସାର ଈଶ୍ୱର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର ।


ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ଅକପଟ ପ୍ରେମରେ,


Swiv nou:

Piblisite


Piblisite