Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 2:8 - ଓଡିଆ ବାଇବେଲ

8 ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଜଗତର କୌଣସି ଅଧିପତି ଏହି ଜ୍ଞାନର ପରିଚୟ ପାଇ ନ ଥିଲେ। ଯଦି ତାହା ପାଇଥା’ନ୍ତେ, ତେବେ ସେମାନେ ମହାମହିମ ପ୍ରଭୁଙ୍କୁ କ୍ରୁଶାର୍ପଣ କରି ନ ଥାନ୍ତେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;

Gade chapit la Kopi

ପବିତ୍ର ବାଇବଲ

8 ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସେମାନେ ବୁଝି ଥାଆନ୍ତେ, ତାହାହେଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶବିଦ୍ଧ କରି ମାରି ନ ଥା’ନ୍ତେ।

Gade chapit la Kopi




୧ କରିନ୍ଥୀୟ 2:8
22 Referans Kwoze  

ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ ।


କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,


ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆରେ ଥିଲେ,ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,


ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ ।


ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି ।


ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି ? ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣନ୍ତ ।


ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?


ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।


ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।


ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ?


ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;


ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି;


Swiv nou:

Piblisite


Piblisite