Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:5 - ଓଡିଆ ବାଇବେଲ

5 ଆପଲ୍ଲ କିଏ ? ପାଉଲ ବା କିଏ ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ଵାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ଵାସ କରିଅଛ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଆପୋଲୋ କିଏ? ଅଥବା ପାଉଲ କିଏ? ଆମ୍ଭେମାନେ ଈଶ୍ୱରଙ୍କ ସେବକ ମାତ୍ର। ତୁମ୍ଭମାନଙ୍କୁ ବିଶ୍ୱାସୀ କରିବାରେ ଆମେ ସାହାଯ୍ୟ କରୁଛୁ। ଈଶ୍ୱର ଆମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ଯେଉଁ କାର୍ଯ୍ୟରେ ନିଯୁକ୍ତ କରିଛନ୍ତି, ଆମେ ସେହି କାର୍ଯ୍ୟ କରିଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।

Gade chapit la Kopi

ପବିତ୍ର ବାଇବଲ

5 ଆପଲ୍ଲ କ’ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି? ନା! ଆମ୍ଭେ କେବଳ ପ୍ରଭୁଙ୍କର ସେବକ ଅଟୁ। ଆମ୍ଭେ ତାହାଙ୍କଠାରେ ବିଶ୍ୱାସ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରିଛୁ। ପ୍ରଭୁଙ୍କ ଦ୍ୱାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପନ୍ନ କରିଛୁ।

Gade chapit la Kopi




୧ କରିନ୍ଥୀୟ 3:5
30 Referans Kwoze  

ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,


ଆହୁରି ମଧ୍ୟ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।


ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ୱରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;


ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;


ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ ।


ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ ।


ମୋତେ ଦିଆଯାଇଥିବା ଈଶ୍ୱରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ ।


ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।


କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋ'ଠାରେ ସମର୍ପିତ ହୋଇଅଛି ।


ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ୱର, ସେ ସାର ।


ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।


ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି ।


ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ ।


ଈଶ୍ୱର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ୱରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ ।


ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।


ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍‌ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।


ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ ।


କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।


କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,


କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ ।


ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।


ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,


Swiv nou:

Piblisite


Piblisite