Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 4:1 - ଓଡିଆ ବାଇବେଲ

1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ୱରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵର ଭଣ୍ତାରଘରିଆ ବୋଲି ମନେ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ତୁମେ ଆମକୁ ଈଶ୍ୱରଙ୍କ ସେବକ ବୋଲି ବିବେଚନା କରିବା ଉଚିତ୍। ଈଶ୍ୱର ଆମକୁ ଐଶ୍ୱରିକ ନିଗୂଢ଼ ତତ୍ତ୍ୱର ତତ୍ତାବଧାରକ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

1 ଆମ୍ଭ ବିଷୟରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସେବକ। ପରମେଶ୍ୱର ନିଜର ଗୋପନୀୟ ସତ୍ୟଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।

Gade chapit la Kopi




୧ କରିନ୍ଥୀୟ 4:1
29 Referans Kwoze  

ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ୱରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;


କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,


ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ ।


ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି ।


ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,


ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,


ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,


ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋ'ଠାରୁ ଯେପ୍ରକାର ଶୁଣେ, ମୋ' ପ୍ରତି ପ୍ରକାଶିିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋ' ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ ।


ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;


ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?


ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ?


ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।


ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ ।


ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,


ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ ।


ଆପଲ୍ଲ କିଏ ? ପାଉଲ ବା କିଏ ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ ।


ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।


ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,


ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ ।


ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ ।


ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;


ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ ।


Swiv nou:

Piblisite


Piblisite