Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 4:11 - ଓଡିଆ ବାଇବେଲ

11 ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଆମେ ଏବେ ମଧ୍ୟ କ୍ଷୁଧିତ, ତୃଷାର୍ତ୍ତ, ଛିନ୍ନ ବସ୍ତ୍ର ପରିହିତ, ପ୍ରହାରିତ ଓ ବାସହୀନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ

Gade chapit la Kopi

ପବିତ୍ର ବାଇବଲ

11 ଏପରିକି ବର୍ତ୍ତମାନ ସୁଦ୍ଧା ଆମ୍ଭେ ଭୋକ ଓ ଶୋଷରେ ଅଛୁ, ଓ ବସ୍ତ୍ରହୀନ ଅଟୁ। ଆମ୍ଭକୁ ଅଧିକାଂଶ ସମୟରେ ପ୍ରହାର କରାଯାଇଛି। ଆମ୍ଭର ଘର ନାହିଁ।

Gade chapit la Kopi




୧ କରିନ୍ଥୀୟ 4:11
13 Referans Kwoze  

ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?


ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ- ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି ।


ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ ।


ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ ।


ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;


ଭୋଜନପାନ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ?


ସେଥିରେ ମହାଯାଜକ ହାନାନ ତାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ ।


ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ ।


କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ ।


ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ ।


Swiv nou:

Piblisite


Piblisite