Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 7:5 - ଓଡିଆ ବାଇବେଲ

5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍‍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ପରସ୍ପରଠାରୁ ସେମାନେ ପୃଥକ୍ ନ ରହନ୍ତୁ। କିନ୍ତୁ ଉଭୟେ ଏକମତ ହୋଇ ପ୍ରାର୍ଥନାରେ କାଳକ୍ଷେପଣ ପାଇଁ କିଛି ସମୟ ପୃଥକ୍ ରହି ପାରନ୍ତି। ଆତ୍ମସଂଯମର ଅଭାବ ହେତୁ ଶୟତାନ ଯେପରି ସେମାନଙ୍କୁ ପ୍ରଲୋଭିତ ନ କରେ, ସେଥିପାଇଁ ସେମାନେ ପୁନର୍ବାର ଏକତ୍ର ହୁଅନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।

Gade chapit la Kopi

ପବିତ୍ର ବାଇବଲ

5 ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁହେଁ ପ୍ରାର୍ଥନାରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହୋଇ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା'ପରେ ପୁନର୍ବାର ଏକାଠି ହୁଅ, ଯଦ୍ଦ୍ୱାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନେଇ ତୁମ୍ଭମାନଙ୍କୁ ପ୍ରଲୋଭିତ କରି ପାରିବ ନାହିଁ।

Gade chapit la Kopi




୧ କରିନ୍ଥୀୟ 7:5
11 Referans Kwoze  

ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”


ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସମସ୍ତେ ଏହି କଥା ଗ୍ରହଣ କରି ପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରି ପାରନ୍ତି ।


ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି ।


ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ ।


ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି ?”


ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ଶାରିରୀକ ସମ୍ପର୍କ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।


ଭାର୍ଯ୍ୟାର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି ।


[କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ ।]


Swiv nou:

Piblisite


Piblisite