Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 7:9 - ଓଡିଆ ବାଇବେଲ

9 ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ; କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ସଂଯମୀ ହୋଇ ନ ପାରିଲେ, ସେମାନଙ୍କ ପକ୍ଷରେ ବିବାହ କରିବା ଉଚିତ୍। କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଶ୍ରେୟସ୍କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ଯଦି ସେମାନେ ନିଜ ଶରୀର ଉପରେ ନିୟନ୍ତ୍ରଣ ରଖି ପାରିବେ ନାହିଁ, ତା'ହେଲେ ସେମାନେ ବିବାହ କରିବା ଉଚିତ୍। କାରଣ କାମ ବାସନାର ଅଗ୍ନିରେ ପୋଡ଼ି ହେବା ଅପେକ୍ଷା ବିବାହ କରିବା ଉତ୍ତମ।

Gade chapit la Kopi




୧ କରିନ୍ଥୀୟ 7:9
8 Referans Kwoze  

ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ;


କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ ।


କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;


କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା ।


ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ ।


କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍‌ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ ।


ଅତଏବ ଏହି ସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନା ରେ କୌଣସି କର୍ମ ନ କରିବା ଉଚିତ ।


ଆଉ, ଯେପରି ଈଶ୍ୱରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୂଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,


Swiv nou:

Piblisite


Piblisite