Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 8:1 - ଓଡିଆ ବାଇବେଲ

1 ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ । ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଦେବପ୍ରସାଦ ସମ୍ଵନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଦେବ ପ୍ରସାଦ ସମ୍ପର୍କରେ ମୋର ମନ୍ତବ୍ୟ:- ଆମ ସମସ୍ତଙ୍କର ଜ୍ଞାନ ଅଛି ବୋଲି ଜାଣୁ। ଜ୍ଞାନ ମନୁଷ୍ୟକୁ ଅହଙ୍କାରୀ କରେ, କିନ୍ତୁ ପ୍ରେମ ମଣିଷକୁ ସୁଗଠିତ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।

Gade chapit la Kopi

ପବିତ୍ର ବାଇବଲ

1 ଏବେ ମୁଁ ମୂର୍ତ୍ତିଗୁଡ଼ିକଠାରେ ଉତ୍ସର୍ଗୀକୃତ ମାଂସ ବିଷୟରେ କହିବି। ଆମ୍ଭେ ଜାଣୁ “ଆମ୍ଭ ସମସ୍ତଙ୍କ ପାଖରେ ଜ୍ଞାନ ଅଛି।” କିନ୍ତୁ “ଜ୍ଞାନ” ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।

Gade chapit la Kopi




୧ କରିନ୍ଥୀୟ 8:1
35 Referans Kwoze  

ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ ।


ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ୱର ତାକୁ ଗ୍ରହଣ କରିଅଛନ୍ତି ।


ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର !


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ ।


ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ‍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;


ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି ।


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି ।


ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ୱରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।


ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ । ଆପଣମାନଙ୍କର ମଙ୍ଗଳ ହେଉ ।


କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;


ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।


କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;


କିନ୍ତୁ ଯେଉଁ ଅଣଯିହୂଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ପରଦାରଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖି ଅଛୁ ।


ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ୱରଙ୍କ ପରୀକ୍ଷା କରୁଅଛନ୍ତି ?


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ ।


ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ ।


ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ । ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ ?


ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥି ନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ ?


ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି ।


ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ ।


କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;


ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ୱରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ । ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ ।


ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି ।


କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ ? ଆମ୍ଭେମାନେ ସମସ୍ତେ ତ ଈଶ୍ୱରଙ୍କ ବିଚାରାସନ ଛାମୁରେ ଠିଆ ହେବା ।


ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ । ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;


ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହି ସବୁ କଥା ମୋ' ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା' ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ', ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ ।


ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର ।


Swiv nou:

Piblisite


Piblisite