Biblia Todo Logo
Bib sou entènèt

- Piblisite -




୧ ଯୋହନ 1:6 - ଓଡିଆ ବାଇବେଲ

6 ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ, ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସୁତରାଂ ଆମେ ତାଙ୍କର ସ।।ହାଚର୍ଯ୍ୟ ଅନୁଭବ କରୁଛୁ ବୋଲି କହି, ଯଦି ଅନ୍ଧକାରରେ ବାସ କରୁ, କଥାରେ ଓ କାର୍ଯ୍ୟରେ ଆମେ ମିଥ୍ୟାବାଦୀ ହେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।

Gade chapit la Kopi

ପବିତ୍ର ବାଇବଲ

6 ଯଦି ଆମ୍ଭେ କହୁ, ଆମ୍ଭର ପରମେଶ୍ୱରଙ୍କ ସହିତ ସହଭାଗିତା ଅଛି, କିନ୍ତୁ ଅବିରତ ଅନ୍ଧକାରରେ ଜୀବନଯାପନ କରୁ, ତାହାହେଲେ ଆମ୍ଭେ ମିଥ୍ୟାବାଦୀ ଓ ସତ୍ୟର ଅନୁସରଣ କରୁ ନାହୁଁ।

Gade chapit la Kopi




୧ ଯୋହନ 1:6
25 Referans Kwoze  

ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।


ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;


ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ ।


ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।


ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ ? ଏପରି ବିଶ୍ୱାସ କ'ଣ ତାହାର ପରିତ୍ରାଣ କରି ପାରେ ?


ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି ।


ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି ।


କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ ।


କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି ।


ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।


ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ ।


ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ ?


ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ ?


ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ ?


ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ । ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ ।


Swiv nou:

Piblisite


Piblisite