Biblia Todo Logo
Bib sou entènèt

- Piblisite -




୧ ଯୋହନ 2:16 - ଓଡିଆ ବାଇବେଲ

16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହିସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଏହି ଜଗତର ଯେଉଁସବୁ ଶାରୀରିକ ବିଷୟ ଉପଭୋଗ କରିବାକୁ ମନୁଷ୍ୟ ଲାଳାୟିତ, ଲୋକେ ଯେଉଁ ସବୁ ସୁଦୃଶ୍ୟ ବିଷୟ ନେଇ ଲୋକେ ଗର୍ବ କରନ୍ତି, ତାହା ସବୁ ପରମ ପିତାଙ୍କର ଦାନ ନୁହେଁ- ସେ ସବୁ କେବଳ ଏହି ଜଗତର ସମ୍ପଦ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।

Gade chapit la Kopi

ପବିତ୍ର ବାଇବଲ

16 ସଂସାରର ଏହି ବିଷୟ ଗୁଡ଼ିକ ମନ୍ଦ ଅଟେ। ଯଥା: ଆମ୍ଭର ପାପ ପ୍ରକୃତିକୁ ତୁଷ୍ଟ କରିବାକୁ ବିଭିନ୍ନ ଆକର୍ଷଣୀୟ ବିଷୟ ପାଇବାର ଇଚ୍ଛା; ଯେଉଁସବୁ ମନ୍ଦ ବିଷୟ ଆମ୍ଭର ଦୃଷ୍ଟିଗୋଚର ହୁଏ, ତାହା ପାଇବାର ଇଚ୍ଛା; ତଥା ଆମ୍ଭର ଯାହା ଅଛି, ତହିଁ ପାଇଁ ଗର୍ବ କରିବା। ଏ ସମସ୍ତ ବିଷୟ ପରମପିତାଙ୍କଠାରୁ ନୁହେଁ, ମାତ୍ର ଏହି ସଂସାରରୁ ଆସିଅଛି।

Gade chapit la Kopi




୧ ଯୋହନ 2:16
34 Referans Kwoze  

ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।


କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ ।


ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;


ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,


ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋ’ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।


ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,


ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।


କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି ।


ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।


ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି ?


ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।


ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?


ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା,


ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ


ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।


ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।


ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥି ନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି ।


ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।


ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?


କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ ।


Swiv nou:

Piblisite


Piblisite