Biblia Todo Logo
Bib sou entènèt

- Piblisite -




୧ ଯୋହନ 2:2 - ଓଡିଆ ବାଇବେଲ

2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ଵରୂପ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେହହି ଖ୍ରୀଷ୍ଟନିଜେ ଆମର ତଥା ସମଗ୍ର ମାନବ ଜାତିର ପାପ କ୍ଷମା ନିମନ୍ତେ ପ୍ରାୟଶ୍ଜିତ୍ତ ସ୍ୱରୂପ ହୋଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କେବଳ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ୟ ସେ ବହିନିଅନ୍ତି।

Gade chapit la Kopi




୧ ଯୋହନ 2:2
17 Referans Kwoze  

ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ ।


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ ।


କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।


ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି ।


ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।


ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।


ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ ।


ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି, ତଥାପି ଆହୁରି ସ୍ଥାନ ଅଛି ।


Swiv nou:

Piblisite


Piblisite