Biblia Todo Logo
Bib sou entènèt

- Piblisite -




୧ ଯୋହନ 2:24 - ଓଡିଆ ବାଇବେଲ

24 ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଅତଏବ, ଆଦୃରୁ ଯେଉଁ ବାର୍ତ୍ତା ଶୁଣି ଆସିଛ, ସେଥିପ୍ରତି ବିଶ୍ୱସ୍ତ ହୋଇ ରୁହ। ଆଦ୍ୟରୁ ଯାହା ଶୁଣିଛ, ତାକୁ ଯଦି ଅକ୍ଷୁଣ୍ଣ ରଖି ପାରିବ, ତାହାହେଲେ, ତୁମ୍ଭେମାନେ ପିତା ଈଶ୍ୱର ଓ ତାଙ୍କ ପୁତ୍ରଙ୍କ ସହିତ ଚିରକାଳ ସଂଯୁକ୍ତ ହୋଇ ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।

Gade chapit la Kopi

ପବିତ୍ର ବାଇବଲ

24 ତୁମ୍ଭେମାନେ ଆରମ୍ଭରୁ ଯାହା ଶିକ୍ଷା ପାଇଛ, ତାହା ପାଳନ କର। ତୁମ୍ଭେ ଯଦି ସେହି ଶିକ୍ଷା ଅନୁଯାୟୀ ଜୀବନ କାଟିବ, ତେବେ ତୁମ୍ଭେ ପିତା ପରମେଶ୍ୱର ଓ ପୁତ୍ରଙ୍କଠାରେ ରହିବ।

Gade chapit la Kopi




୧ ଯୋହନ 2:24
27 Referans Kwoze  

ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।


ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି ।


ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ । ଈଶ୍ୱର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ୱରଙ୍କଠାରେ ରହେ ଓ ଈଶ୍ୱର ତାହାଠାରେ ରହନ୍ତି ।


ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;


ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା ।


ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି ।


ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।


ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ ।


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର ।


ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।


କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।


ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋ' ସହିତ ଦେବା ନେବାର ହିସାବ ରଖି ନ ଥିଲେ ।


କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍‍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି ।


ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ ।


ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କ'ଣ ?


ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି ।


ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।


ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି ।


ଯେ ମୋହର ମାଂସ ଭୋଜନ କରେ ଓ ମୋ' ରକ୍ତ ପାନ କରେ, ସେ ମୋ'ଠାରେ ରହେ ଓ ମୁଁ ତାହାଠାରେ ରହେ ।


ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।


ଯେ କେହି ଯୀଶୁଙ୍କୁ ଈଶ୍ୱରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି ।


ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି ।


Swiv nou:

Piblisite


Piblisite