Biblia Todo Logo
Bib sou entènèt

- Piblisite -




୧ ଯୋହନ 3:17 - ଓଡିଆ ବାଇବେଲ

17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ କିପରି ରହିପାରେ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କିନ୍ତୁ ଯେ ଜାଗତିକଭାବେ ସମ୍ପତ୍ତିଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ କିପରି ରହି ପାରେ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯଦି ଜଣେ ଧନୀ ବ୍ୟକ୍ତି ଭାଇର ଅଭାବ ଦେଖି ସୁଦ୍ଧା ତା’ପ୍ରତି ଦୟାର୍ଦ୍ର ଚିତ୍ତ ହୁଏ ନାହିଁ, ତା’ ହୃଦୟରେ ଈଶ୍ୱରଙ୍କ ପ୍ରେମ ଅଛି ବୋଲି ସେ କିପରି କହି ପାରିବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?

Gade chapit la Kopi

ପବିତ୍ର ବାଇବଲ

17 ଯେଉଁ ବିଶ୍ୱାସୀ ଜଗତର ସମସ୍ତ ଧନରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥାରେ ଦେଖି ମଧ୍ୟ ତାହାକୁ ସାହାଯ୍ୟ କରେ ନାହିଁ, ତା’ ହୃଦୟରେ ପରମେଶ୍ୱରଙ୍କର ପ୍ରେମ ନାହିଁ।

Gade chapit la Kopi




୧ ଯୋହନ 3:17
17 Referans Kwoze  

ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।


ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।


ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ପୋଷାକ ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ ।


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,


ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ ।


ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।


ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।


ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ ?


Swiv nou:

Piblisite


Piblisite