Biblia Todo Logo
Bib sou entènèt

- Piblisite -




୧ ଯୋହନ 3:20 - ଓଡିଆ ବାଇବେଲ

20 ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ଦ୍ଵାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ଵର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଯଦି ଆମ ବିବେକ ଆମକୁ ଦୋଷୀ କରେ, ଆମର ମନେ ରଖିବା ଉଚିତ ଯେ, ଈଶ୍ୱର ଆମ୍ଭମାନଙ୍କ ବିବେକଠାରୁ ବହୁ ଉଚ୍ଚରେ ଏବଂ ସେ ସବୁ କଥା ଜାଣନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।

Gade chapit la Kopi




୧ ଯୋହନ 3:20
23 Referans Kwoze  

ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।


ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।


କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ ।


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ ।


ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ ?


ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି।


ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।


ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ ।


ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।


ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ ।


ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ’ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।


ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ ।


କାରଣ ଈଶ୍ୱର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ୍ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,


ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ ।


କିଏ ଦଣ୍ଡାଜ୍ଞା ଦେବ ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି ।


ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,


ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,


Swiv nou:

Piblisite


Piblisite