Biblia Todo Logo
Bib sou entènèt

- Piblisite -




୧ ଯୋହନ 3:24 - ଓଡିଆ ବାଇବେଲ

24 ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କ-ଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ଵାରା ଜାଣୁଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଯେ କେହି ଈଶ୍ୱରଙ୍କ ଆଜ୍ଞା ପାଳନ କରେ, ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ: ତା’ ଅନ୍ତରରେ ଈଶ୍ୱର ବାସ କରୁଛନ୍ତି। ଈଶ୍ୱର ଆମ୍ଭମାନଙ୍କ ଅନ୍ତରରେ ବାସ କରୁଛନ୍ତି, ଏ କଥା ଆମ୍ଭମାନଙ୍କୁ ପ୍ରଦତ୍ତ ତାଙ୍କର ଆତ୍ମାଙ୍କ ସାହାଯ୍ୟରେ ଆମେ ଜାଣି ପାରୁଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ।

Gade chapit la Kopi

ପବିତ୍ର ବାଇବଲ

24 ଯେଉଁ ଲୋକ ତାହାଙ୍କ ଆଦେଶଗୁଡ଼ିକ ପାଳନ କରେ, ସେ ପରମେଶ୍ୱରଙ୍କଠାରେ ରୁହେ ଓ ପରମେଶ୍ୱର ସେହି ଲୋକଠାରେ ରୁହନ୍ତି। ପରମେଶ୍ୱର ଯେ ଆମ୍ଭମାନଙ୍କଠାରେ ବାସ କରନ୍ତି, ତାହା ଆମ୍ଭେମାନେ କିପରି ଜାଣିବା? ପରମେଶ୍ୱରଙ୍କ ଦତ୍ତ ପବିତ୍ରଆତ୍ମାଙ୍କ ଦ୍ୱାରା ଆମ୍ଭେମାନେ ତାହା ଜାଣି ପାରିବା।

Gade chapit la Kopi




୧ ଯୋହନ 3:24
21 Referans Kwoze  

ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,


ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ ।


ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ ।


ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ ।


ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।


କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର ।


ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ ।


ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ ।


ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ ।


କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ ।


ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ ।


Swiv nou:

Piblisite


Piblisite