Biblia Todo Logo
Bib sou entènèt

- Piblisite -




୧ ଯୋହନ 3:3 - ଓଡିଆ ବାଇବେଲ

3 ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଯେକେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଏହି ଆଶା ପୋଷଣ କରିଛନ୍ତି, ସେମାନେ ଖ୍ରୀଷ୍ଟଙ୍କ ପରି ନିଜକୁ ପବିତ୍ର କରି ରଖିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।

Gade chapit la Kopi

ପବିତ୍ର ବାଇବଲ

3 ଖ୍ରୀଷ୍ଟ ପବିତ୍ର। ଯେ କେହି ଖ୍ରୀଷ୍ଟଙ୍କଠାରେ ଆଶା ରଖେ, ସେ ଖ୍ରୀଷ୍ଟଙ୍କ ଭଳି ନିଜକୁ ପବିତ୍ର ରଖେ।

Gade chapit la Kopi




୧ ଯୋହନ 3:3
21 Referans Kwoze  

ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।


ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;


ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ ।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ ।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ ।


ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।


ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ ।


ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ ।


ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ ।


ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ପୁନର୍ବାର ଯିଶାଇୟ କହନ୍ତି, "ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ ।''


ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି ।


ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ ।


Swiv nou:

Piblisite


Piblisite