Biblia Todo Logo
Bib sou entènèt

- Piblisite -




୧ ଯୋହନ 3:7 - ଓଡିଆ ବାଇବେଲ

7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7-8 ପିଲାମାନେ! କେହି ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ। ଯେ କେହି ସତ୍କର୍ମ କରେ, ସେହି କେବଳ ଖ୍ରୀଷ୍ଟଙ୍କ ପରି ଆସିଥ୍ିବା ଶୟତାନର ଅନୁଗାମୀ। ସେହି ଶୟତାନର କାର୍ଯ୍ୟକୁ ଧ୍ୱଂସ କରିବା ପାଇଁ ଈଶ୍ବରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;

Gade chapit la Kopi

ପବିତ୍ର ବାଇବଲ

7 ପ୍ରିୟ ପିଲାମାନେ, କେହି ତୁମ୍ଭମାନଙ୍କୁ ମନ୍ଦ ପଥରେ ଯିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକେହି ଖ୍ରୀଷ୍ଟଙ୍କ ପରି ଉତ୍ତମ ହେବାକୁ ଇଚ୍ଛା କରେ, ସେ ଉଚିତ୍ କର୍ମ କରୁ।

Gade chapit la Kopi




୧ ଯୋହନ 3:7
28 Referans Kwoze  

ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ |


କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ ।


ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ ।


ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।


ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ ।


ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।


କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି ।


(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),


ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି ।


ଈଶ୍ୱର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି ।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।


କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ ।


ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ମଲ୍‍କୀଷେଦକଙ୍କ ନାମର ଅର୍ଥ ଧାର୍ମିକତାର ରାଜା, ଏବଂ ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା ।


ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, "ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ ।''


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।


ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ ।


ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ ।


Swiv nou:

Piblisite


Piblisite