Biblia Todo Logo
Bib sou entènèt

- Piblisite -




୧ ଯୋହନ 4:1 - ଓଡିଆ ବାଇବେଲ

1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ଵାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ଵରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ତ ଭାବବାଦୀ ବାହାରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ପ୍ରିୟ ବନ୍ଧୁଗଣ! ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇଛନ୍ତି ବୋଲି ଯେଉଁମାନେ କହନ୍ତି, ସେ ସମସ୍ତଙ୍କୁ ବିଶ୍ୱାସ କର ନାହିଁ; ସେମାନେ ପାଇଥିବା ଆତ୍ମଶ, ବାସ୍ତବରେ ଈଶ୍ୱରଙ୍କଠାରୁ ଆଗତ କି ନୁହେଁ, ପ୍ରଥମେ ପରୀକ୍ଷା କରି ଦେଖ। କାରଣ ଏବେ ଅନେକ ଭଣ୍ଡ ଭାବବାଦୀ ସର୍ବତ୍ର ବିଚରଣ କରୁଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ପ୍ରିୟ ବନ୍ଧୁମାନେ, ଏ ଜଗତର ଗ୍ଭରିଆଡ଼େ ବହୁତ ଭଣ୍ଡ ଭାବବାଦୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରତ୍ୟେକ ଆତ୍ମାକୁ ବିଶ୍ୱାସ କର ନାହିଁ, ବରଂ ସେମାନେ ପରମେଶ୍ୱରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।

Gade chapit la Kopi




୧ ଯୋହନ 4:1
29 Referans Kwoze  

ବରଂ ସମସ୍ତ ବିଷୟ ପରୀକ୍ଷା କର;


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ ।


ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ


କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ ।


ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।


ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ ।


ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ ।


ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ?


ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।


କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ ।


ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରିକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ ।


ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,


ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା 'ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?


ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।


ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


ଭାବବାଣୀ ତୁଚ୍ଛ କର ନାହିଁ;


ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ;


ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା ।


ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ । ଯେ ସତ୍କର୍ମ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ୱରଙ୍କୁ ଦର୍ଶନ କରି ନାହିଁ ।


Swiv nou:

Piblisite


Piblisite