Biblia Todo Logo
Bib sou entènèt

- Piblisite -




୧ ଯୋହନ 4:12 - ଓଡିଆ ବାଇବେଲ

12 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ଵର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କ-ଠାରେ ସିଦ୍ଧ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଈଶ୍ୱରଙ୍କୁ କେହି କେବେ ଦେଖି ନାହିଁ, କିନ୍ତୁ ଆମେ ଯଦି ପରସ୍ପରକୁ ପ୍ରେମ କରୁ, ଈଶ୍ୱର ଆମଠାରେ ବାସ କରନ୍ତି ଏବଂ ଆମଠାରେ ତାଙ୍କର ପ୍ରେମ ସମ୍ପର୍ଣ୍ଣତା ଲାଭ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

12 କେହି କେବେ ପରମେଶ୍ୱରଙ୍କୁ ଦେଖି ନାହିଁ। କିନ୍ତୁ ଯଦି ଆମ୍ଭେ ପରସ୍ପରକୁ ପ୍ରେମ କରିବା, ତେବେ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ବାସ କରିବେ ଓ ତାହାଙ୍କର ପ୍ରେମ ଆମ୍ଭଠାରେ ସିଦ୍ଧ ହେବ।

Gade chapit la Kopi




୧ ଯୋହନ 4:12
14 Referans Kwoze  

କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।


କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ ।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।


ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।


ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।


ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”


କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ; ଯେ ଈଶ୍ୱରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ୱରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ୱାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ ।


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।


ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”


ସେତେବେଳେ ସେହି ସ୍ଥାନର ନାମ ପେନୀୟେଲ୍ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”


ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ ।


ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।


ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ । ଈଶ୍ୱର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ୱରଙ୍କଠାରେ ରହେ ଓ ଈଶ୍ୱର ତାହାଠାରେ ରହନ୍ତି ।


Swiv nou:

Piblisite


Piblisite