Biblia Todo Logo
Bib sou entènèt

- Piblisite -




୧ ଯୋହନ 4:15 - ଓଡିଆ ବାଇବେଲ

15 ଯେ କେହି ଯୀଶୁଙ୍କୁ ଈଶ୍ୱରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେକେହି ଯୀଶୁଙ୍କୁ ଈଶ୍ଵରଙ୍କ ପୁତ୍ର ବୋଲି ସ୍ଵୀକାର କରେ, ଈଶ୍ଵର ତାହାଠାରେ ଅଛନ୍ତି ଓ ସେ ଈଶ୍ଵରଙ୍କ-ଠାରେ ଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯେ ସ୍ୱୀକାର କରେ, ଈଶ୍ୱର ତା’ ଅନ୍ତରରେ ବାସ କରନ୍ତି ଏବଂ ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।

Gade chapit la Kopi

ପବିତ୍ର ବାଇବଲ

15 ଯଦି କେହି ବିଶ୍ୱାସ କରେ ଯେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି,” ତେବେ ପରମେଶ୍ୱର ତା'ଠାରେ ରହନ୍ତି ଓ ସେ ମଧ୍ୟ ପରମେଶ୍ୱରଙ୍କଠାରେ ରହେ।

Gade chapit la Kopi




୧ ଯୋହନ 4:15
15 Referans Kwoze  

ଯୀଶୁ ଈଶ୍ୱରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ ?


ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;


ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି ।


ଏହା ଦ୍ୱାରା ତୁମ୍ଭେମାନେ ଈଶ୍ୱରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ୱରଙ୍କଠାରୁ ଆଗତ,


ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।


ପୁଣି, ପିତା ଈଶ୍ୱରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି ।


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ ।


ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;


କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ ।


ଯେ ମୋହର ମାଂସ ଭୋଜନ କରେ ଓ ମୋ' ରକ୍ତ ପାନ କରେ, ସେ ମୋ'ଠାରେ ରହେ ଓ ମୁଁ ତାହାଠାରେ ରହେ ।


ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି ।


ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ ।


ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା ।


[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି ।]


Swiv nou:

Piblisite


Piblisite