Biblia Todo Logo
Bib sou entènèt

- Piblisite -




୧ ଯୋହନ 4:2 - ଓଡିଆ ବାଇବେଲ

2 ଏହା ଦ୍ୱାରା ତୁମ୍ଭେମାନେ ଈଶ୍ୱରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ୱରଙ୍କଠାରୁ ଆଗତ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏହା ଦ୍ଵାରା ତୁମ୍ଭେମାନେ ଈଶ୍ଵରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବ; ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ଵୀକାର କରେ, ସେ ଈଶ୍ଵରଙ୍କଠାରୁ ଆଗତ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେମାନେ ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇଛନ୍ତି କି ନାହିଁ, ତାହା ଜାଣିବାର ଉପାୟ ହେଉଛି: ଯେଉଁ ବ୍ୟକ୍ତିଠାରେ ଈଶ୍ୱରଙ୍କ ଆତ୍ମା ଅଧିଷ୍ଠିତ, ସେ ମୁକ୍ତ କଣ୍ଠରେ ସ୍ୱୀପକାର କରିବ ଯେ, ଯୀଶୁ ଖ୍ରୀଷ୍ଟ ମନୁଷ୍ୟ ରୂପେ ଅବତୀର୍ଣ୍ଣ ହୋଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,

Gade chapit la Kopi

ପବିତ୍ର ବାଇବଲ

2 ଏହି ପ୍ରକାରେ ତୁମ୍ଭେମାନେ ପରମେଶ୍ୱରଙ୍କର ଆତ୍ମାକୁ ଚିହ୍ନି ପାରିବ: ଏକ ଆତ୍ମା କହିବ ଯେ, “ମୁଁ ବିଶ୍ୱାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ୟ ରୂପ ଧାରଣ କରି ଆସିଥିଲେ,” ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆଗତ।

Gade chapit la Kopi




୧ ଯୋହନ 4:2
10 Referans Kwoze  

ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ "ଯୀଶୁ ଅଭିଶପ୍ତ' ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ "ଯୀଶୁ ପ୍ରଭୁ' ବୋଲି କହିପାରେ ନାହିଁ ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ ।


ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ୱରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି ।


ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି ।


ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ ।


ଯେ କେହି ଯୀଶୁଙ୍କୁ ଈଶ୍ୱରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି ।


କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ ।


Swiv nou:

Piblisite


Piblisite