Biblia Todo Logo
Bib sou entènèt

- Piblisite -




୧ ଯୋହନ 4:4 - ଓଡିଆ ବାଇବେଲ

4 ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ଵରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ପିଲାମାନେ! ତୁମ୍ଭେମାନେ ଈଶ୍ୱରଙ୍କ। ସେହି ଭଣ୍ଡ ଭାବବାଦୀମାନଙ୍କୁ ତୁମେ ପରାଜିତ କରିଛ,କାରଣ ତୁମ ଅନ୍ତରରେ ବାସ କରୁଥିବା ଈଶ୍ୱରଙ୍କ ଆତ୍ମଶ, ସାଂସାରିକ ଲୋକମାନଙ୍କ ଆତ୍ମାଠାରୁ ଅଧିକ ଶକ୍ତିଶାଳୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।

Gade chapit la Kopi

ପବିତ୍ର ବାଇବଲ

4 ପିଲାମାନେ! ତୁମ୍ଭେମାନେ ପରମେଶ୍ୱରଙ୍କର ଅଟ। ସେଥିପାଇଁ ତୁମ୍ଭେମାନେ ସେମାନଙ୍କୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧ୍ୟରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠାରେ ଥିବା ଶୟତାନଠାରୁ ମଧ୍ୟ ମହାନ୍।

Gade chapit la Kopi




୧ ଯୋହନ 4:4
28 Referans Kwoze  

ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?


ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ ।


ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ ।


ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ । ଈଶ୍ୱର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ୱରଙ୍କଠାରେ ରହେ ଓ ଈଶ୍ୱର ତାହାଠାରେ ରହନ୍ତି ।


ଯେପରି ଈଶ୍ୱରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ୱରଙ୍କ ଆତ୍ମା ପାଇଅଛୁ ।


ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।


ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି ।


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।


ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।


ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ ।


ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ ।


କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ; ଯେ ଈଶ୍ୱରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ୱରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ୱାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ ।


ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।


ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।


ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;


ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


ବିଚାର ବିଷୟରେ- କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି ।


ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।


ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋ'ଠାରେ ତାହାର କିଛି ହିଁ ନାହିଁ;


ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ ।


ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି ।


Swiv nou:

Piblisite


Piblisite