Biblia Todo Logo
Bib sou entènèt

- Piblisite -




୧ ଯୋହନ 4:8 - ଓଡିଆ ବାଇବେଲ

8 ଯେ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କୁ ଜାଣେ ନାହିଁ, କାରଣ ଈଶ୍ୱର ତ ପ୍ରେମ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେ ପ୍ରେମ କରେ ନାହିଁ, ସେ ଈଶ୍ଵରଙ୍କୁ ଜାଣେ ନାହିଁ, କାରଣ ଈଶ୍ଵର ତ ପ୍ରେମ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯେ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କୁ ଜାଣେ ନାହିଁ, କାରଣ ଈଶ୍ୱର ପ୍ରେମମୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।

Gade chapit la Kopi

ପବିତ୍ର ବାଇବଲ

8 ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ପରମେଶ୍ୱରଙ୍କୁ ଜାଣେ ନାହିଁ, କାରଣ ପରମେଶ୍ୱର ତ ପ୍ରେମ।

Gade chapit la Kopi




୧ ଯୋହନ 4:8
14 Referans Kwoze  

ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ । ଈଶ୍ୱର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ୱରଙ୍କଠାରେ ରହେ ଓ ଈଶ୍ୱର ତାହାଠାରେ ରହନ୍ତି ।


ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ ।


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ୱର ତୁମ୍ଭମାନଙ୍କ ସହିତ ରହିବେ ।


ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,


ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ ।


ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ ।


ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି ।


ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;


କାରଣ ଆମ୍ଭମାନଙ୍କର ଈଶ୍ୱର ଗ୍ରାସକାରୀ ଅଗ୍ନି ସ୍ୱରୂପ ।


ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ ।


Swiv nou:

Piblisite


Piblisite