Biblia Todo Logo
Bib sou entènèt

- Piblisite -




୧ ଯୋହନ 5:17 - ଓଡିଆ ବାଇବେଲ

17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଅବଶ୍ୟ ସମସ୍ତ ଦୁଷ୍କର୍ମ ପାପ, କିନ୍ତୁ କେତେକ ପାପ ମରଣାନ୍ତକ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

17 ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ୟ ଅଛି ଯାହା ଅନନ୍ତ ମୃତ୍ୟୁ ଆଡ଼କୁ ନେଇଯାଏ ନାହିଁ।

Gade chapit la Kopi




୧ ଯୋହନ 5:17
10 Referans Kwoze  

ଯେ କେହି ପାପ କରେ, ସେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରେ, କାରଣ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ହିଁ ପାପ ।


କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ୱର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ ।


ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।


ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ ।


ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।


ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।


ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।


Swiv nou:

Piblisite


Piblisite