Biblia Todo Logo
Bib sou entènèt

- Piblisite -




୧ ଯୋହନ 5:7 - ଓଡିଆ ବାଇବେଲ

7 ଆତ୍ମା, ଜଳ ଓ ବାକ୍ୟ, ଏହି ତିନି ସ୍ୱର୍ଗରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତିନି ଏକ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7-8 ପରମାତ୍ମା, ଜଳ ଓ ରକ୍ତ ଯୀଶୁ ଖ୍ରୀଷ୍ଟଙ୍କ ସପକ୍ଷରେ ସାକ୍ଷ୍ୟ ଦିଅନ୍ତି ଏବଂ ଏହି ତିନିଙ୍କ ଦାକ୍ଷ୍ୟ ଏକ ସମାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।

Gade chapit la Kopi

ପବିତ୍ର ବାଇବଲ

7 ଯୀଶୁଙ୍କ ବିଷୟରେ ଆମ୍ଭକୁ ତିନି ଜଣ ସାକ୍ଷ୍ୟ ଦିଅନ୍ତି;

Gade chapit la Kopi




୧ ଯୋହନ 5:7
31 Referans Kwoze  

ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ୱରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।


ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।


ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ୱରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ ।


ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।


ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ ।


ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି ;


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ" ଏହାଙ୍କ ବାକ୍ୟ ଶୁଣ ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ମୁଁ ଓ ପିତା ଏକ ।


ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।


ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।


କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;


ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ୱରଙ୍କ ବାକ୍ୟ ।


ପିତଃ, ଆପଣା ନାମ ମହିମାନ୍ୱିତ କର । ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ ।


ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋ' ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ।


କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।


ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ ।


ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ ।


ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ;


ଏହି ପୃଥିବୀରେ ଆତ୍ମା, ଜଳ ଏବଂ ରକ୍ତ ସାକ୍ଷ୍ୟ ଦିଅନ୍ତି ଏବଂ ସେମାନେ ଏକ ।


Swiv nou:

Piblisite


Piblisite