Biblia Todo Logo
Bib sou entènèt

- Piblisite -




୧ ପିତର 1:13 - ଓଡିଆ ବାଇବେଲ

13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କର୍ମ ସାଧନ କରିବାକୁ ପ୍ରସ୍ତୁତ ହୁଅ। ସଜାଗ ଥାଇ ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ ଯେଉଁ ଆଶୀର୍ବାଦ ତୁମ୍ଭମାନଙ୍କୁ ପ୍ରଦତ୍ତ ହେବ, ତାହା ଉପରେ ନିଶ୍ଚିତ ଭରସା ରଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।

Gade chapit la Kopi

ପବିତ୍ର ବାଇବଲ

13 ଆତ୍ମସଂଯମୀ ହୁଅ ଓ ନିଜ ମନକୁ ସେବାକାର୍ଯ୍ୟ ପାଇଁ ପ୍ରସ୍ତୁତ କର। ଯୀଶୁ ଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ ପ୍ରତି ବର୍ତ୍ତିବ, ସେଥିରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ୍।

Gade chapit la Kopi




୧ ପିତର 1:13
35 Referans Kwoze  

ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;


ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।


ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ ।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।


ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଉରସ୍ତ୍ରାଣ ପରିଧାନ କର,


ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;


ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ ।


ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି ।


ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,


କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ ।


କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର |


ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।


ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ ।


“ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।


ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ୱରଙ୍କ ପକ୍ଷରେ ନ୍ୟାୟର ବିଷୟ;


ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍‍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍‍ବିଗ୍ନ କରିବା।


ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।


ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।


ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭମାନେ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।


ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।


ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋ’ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”


ସେ କ'ଣ ବରଂ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର, ତାହା ପରେ ତୁ ଖିଆପିଆ କରିବୁ ?


ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ୱରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି ।


ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ ।


ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ ।


ଈଶ୍ୱରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋ' ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।


ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଠିକ୍, ତାହା ତୁମ୍ଭମାନଙ୍କୁ ଦେବି; ଆଉ ସେମାନେ ଗଲେ ।


Swiv nou:

Piblisite


Piblisite